ଦୈନିକ ରାଶିଫଳ: 17 ଜାନୁୟାରୀ 2022, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୭ ତାରିଖ, ସୋମବାର, ମକର ମାସ ୪ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ଦିବା ୩ଟା ୫୨ମିନିଟ୍ ଗତେ ବିଷ୍କୁମ୍ଭ ଯୋଗ । ବିଷ୍ଟି କରଣ, ଦିବା ୪ଟା ୨୧ମିନିଟ୍ ଗତେ ବବ କରଣ । ମିଥୁନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ନିଶାନ୍ତ ୫ଟା ୧୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପୂର୍ଣ୍ଣିମାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୫୦ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୨ଟା ୪୧ମିନିଟ୍ ରୁ ୪ଟା ୩ ମିନିଟ୍, ରାତ୍ରି ୧୦ଟା ୧୮ ମିନିଟ୍ ରୁ ୧୧ଟା ୫୬ ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୪୯ମିନିଟ୍, ଦିବା ୧୦ଟା ୫୧ମିନିଟ୍ ରୁ ଦିବା ୧ଟା ୧ମିନିଟ୍, ଦିବା ୪ଟା ୪ମିନିଟ୍ ରୁ ଦିବା ୪ଟା ୪୦ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ରାତ୍ର ୮ଟା ୫୩ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ରାତ୍ର ୨ଟା ୫୮ମିନିଟ୍ । ପର୍ବଦିନ- ପୌଷ ପୂର୍ଣ୍ଣିମା, ଦେବାଭିଷେକ, ବରଗଡର ଧନୁ ଯାତ୍ରା ଶେଷ ।

ମେଷ:-ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସମସ୍ତ ପ୍ରକାର ବ୍ୟବସାୟରେ ଭଲ ଲାଭ ପାଇବେ । ପରିବାରରେ ସମ୍ପତ୍ତିବିବାଦ, ଛୋଟଛୋଟ କଥାକୁନେଇ ଥିବା ସମସ୍ୟାମାନ ସମାଧାନ କରିପାରିବେ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ଆଶାନୁରୂପ ଅର୍ଥ ପାଇବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସରକାରୀ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ମହତ୍ ଉଦ୍ଦେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବାର ସମ୍ଭାବନା ରହିଛି । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଉଚ୍ଚଆଶା ସଫଳ ହେବ । ବ୍ୟବସାୟରେ ଉନ୍ନତି ହେବା ସହ ଋଣଭାର କମିଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଆୟର ଗୁପ୍ତସ୍ରୋତ ଖୋଲିଯିବ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶାରୀରିକ କଷ୍ଟ ଦୂର ହେବ । ଯଶ ପ୍ରତିଷ୍ଠା ମିଳିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ଖେଳରେ ଉନ୍ନତି ହେବ । ଚାକିରୀରେ ପଦୋନ୍ନତି ହେବାର ସୂଚନା ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମୀକ ପ୍ରେମିକା ମାନେ ଦୂରଯାତ୍ରାର ସୁଯୋଗ ପାଇ ଖୁସି ହେବେ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମନେଇ ଆର୍ଥିକ ଅନାଟନ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ । ବ୍ୟବସାୟରେ କ୍ଷତି ଘଟିବା ସହ ଆର୍ଥିକ କ୍ଷେତ୍ରରେ ବାଧା ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଆଶାତୀତ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ । ଆର୍ଥିକ ଅନାଟନ ଦୂରେଇ ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବେ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପରିବାରରେ, ପଡୋଶୀ କିମ୍ବା କୁଟୁମ୍ବରେ କଳିତକରାଳ ଥିଲେ ମେଣ୍ଟିଯିବ । ସତର୍କତା ଅବଲମ୍ବନ ନକଲେ ରୋଗ, ଶୋକ ଓ ଧନର ଦୂରୁପୋଯୋଗ, କ୍ଷୟକ୍ଷତିର କାରଣ ହେବ । କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!