ଦୈନିକ ରାଶିଫଳ: 18 ଜାନୁୟାରୀ 2022, ମା ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୮ ତାରିଖ, ମଙ୍ଗଳବାର, ମକର ମାସ ୫ ଦିନ, ମାଘ ମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୪ଟା ୭ମିନିଟ୍ ଗତେ ପ୍ରୀତି ଯୋଗ । ବାଳବ କରଣ, ସନ୍ଧ୍ୟା ୬ଟା ୯ମିନିଟ୍ ଗତେ କୌଳବ କରଣ । ମକର ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୫୦ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ୨ଟା ୪୧ମିନିଟ୍, ସନ୍ଧ୍ୟା ୭ଟା ୩ ମିନିଟ୍ ରୁ ରାତ୍ରି ୮ଟା ୪୧ମିନିଟ୍ । ଶୁଭସମୟ- ସକାଳ ୯ଟା ୧୩ମିନିଟ୍ ରୁ ଦିବା ୧୦ଟା ୫୦ମିନିଟ୍, ଦିବା ୧ଟା ୩ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୪ମିନିଟ୍ ରୁ ୪ଟା ୪୧ମିନିଟ୍, ସନ୍ଧ୍ୟା ୫ଟା ୨୭ମିନିଟ୍ ରୁ ୬ଟା ୧୭ମିନିଟ୍, ରାତ୍ର ୮ଟା ୫୫ମିନିଟ୍ ରୁ ରାତ୍ର ୧୧ଟା ୨୯ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ୩ଟା ୫୦ମିନିଟ୍ । ପର୍ବଦିନ- ପୁଷ୍ୟାଭିଷେକ, ରାଜାଭିଷେକ, ମାଘବ୍ରତ ଆରମ୍ଭ ।

ମେଷ:-ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି । ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:- ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । କୌଣସିଠାରୁ ଶୁଭ ସମାଚାର ପ୍ରାପ୍ତ ହେବ । କୌଣସି ନୂଆ ଯୋଜନା ଆରମ୍ଭ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଓ ସମ୍ବନ୍ଧରେ ମଧୁରତା ଆସିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହି ପାରନ୍ତି । ଶତୃ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଆର୍ଥିକ ମାମଲା ସୁଧୁରିଯିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:- ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ଜନ ସମ୍ପର୍କ ବୃଦ୍ଧି ପାଇବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ନୂତନ ବ୍ୟବସାୟ ଆରମ୍ଭ, ନୂତନ କର୍ମନିଯୁକ୍ତି, ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ଆୟରସ୍ରୋତ ବୃଦ୍ଧିହେବ, ଋଣରୁ ମୁକ୍ତି ମିଳିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସନ୍ତୋଷ ରହିବେ । ବ୍ୟବସାୟରେ ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ବିଦେଶ ଯାତ୍ରାରେ ଯଶଲାଭ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ନୂତନ କାର୍ଯ୍ୟରେ ଉନ୍ନତି ହେବ । ରାଜନୀତିରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ବିଶେଷକରି ଆମଦାନୀ ରପ୍ତାନୀ ଓ ଯାନବାହନ ବ୍ୟବସାୟରେ ଭଲ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ଦୂରଯାତ୍ରାରେ ସଫଳ ହେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବା ସହ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନାପାଇ ଖୁସି ହେବେ । ପ୍ରେମିକ ପ୍ରେମିକାମାନଙ୍କର କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାମ୍ବାଦିକମାନେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ଜରୁରୀ କାର୍ଯ୍ୟପାଇଁ ଯାତ୍ରା କରିବାକୁ ପଡ଼ିବ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ଓ ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ଘରୋଇ ସମସ୍ୟାର ସମାଧାନ ହେବା ସହ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଶୁଭ ସମାଚାର ମିଳିବ ଓ କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନ ରୋଗରୁ ଉପଶମ ମିଳିବ । ଋଣ ଭରଣାରେ ସହଜ ହେବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଶତ୍ରୁବାଧା ଦୂରେଇ ଯିବ ଓ ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପାଇବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!