ଦୈନିକ ରାଶିଫଳ: 19 ଜାନୁୟାରୀ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୯ ତାରିଖ, ବୁଧବାର, ମକର ମାସ ୬ ଦିନ, ମାଘ ମାସ, କୃଷ୍ଣପକ୍ଷ, ମଳ ପ୍ରତିପଦା ତିଥି ସକାଳ ୬ଟା ୫୪ମିନିଟ୍ ଗତେ ଦ୍ଵିତୀୟା ତିଥି, ପୁଷ୍ୟା ନକ୍ଷତ୍ର, ସକାଳ ୬ଟା ୪୨ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ଦିବା ୪ଟା ୫ମିନିଟ୍ ଗତେ ଆୟୁଷ୍ମାନ ଯୋଗ । କୌଳବ କରଣ, ସକାଳ ୬ଟା ୫୪ମିନିଟ୍ ଗତେ ତୈତିଳ କରଣ । କର୍କଟ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ ସକାଳ ୬ଟା ୫୪ମିନିଟ୍ ପରେ ବୋଇତି କଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ସକାଳ ୬ଟା ୫୪ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ୧୦ଟା ୩୫ମିନିଟ୍, ଦିବା ୧୧ଟା ୫୭ମିନିଟ୍ ରୁ ୧ଟା ୧୯ମିନିଟ୍, ରାତ୍ରି ୩ଟା ୧୨ମିନିଟ୍ ରୁ ୪ଟା ୫୦ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୪୮ମିନିଟ୍ ରୁ ୪ଟା ୪୧ମିନିଟ୍, ସନ୍ଧ୍ୟା ୬ଟା ୧୯ମିନିଟ୍ ରୁ ୧୦ଟା ୩୮ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ରାତ୍ର ୩ଟା ୧୧ମିନିଟ୍, ରାତ୍ର ୪ଟା ୫୧ମିନିଟ୍ ରୁ ୬ଟା ୨୭ମିନିଟ୍ ।

ମେଷ:-ଶରୀର ସୁସ୍ଥ ରହିବ । ବ୍ୟବସାୟ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରି ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରେମିକ ପ୍ରେମିକାମାନେ ଉତ୍ସାହିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସରକାରୀ ଚାପ ପଡିଲେ ମଧ୍ୟ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀ ଙ୍କର କୃପା ଲାଭ କରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ଉନ୍ନତି ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଦୂର ଯାତ୍ରା କରି କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ପ୍ରଶଂସା ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସୁଖ ଶାନ୍ତିରେ ଦିନଟି କଟାଇବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରି ପାରନ୍ତି । ରାଜନୀତିରେ ସଫଳତା ମିଳିବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବା ଫଳରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କଠିନ ପରିଶ୍ରମକରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ସୁଯୋଗ ରହିଛି । ବିଦ୍ୟା କ୍ଷେତ୍ରରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ବ୍ୟବସାୟରେ ଉନ୍ନତି ଓ ଋଣରୁ ମୁକ୍ତି ମିଳିବ । ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ପାରିବାରିକ ଜୀବନ ସୁଖରେ କଟିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଫାଇଦା ଉଠେଇ ପାରିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପରିବାରରେ ଆଦରଣୀୟ ହୋଇ ସୁଖି ହେବେ । କର୍ମ କ୍ଷେତ୍ରରେ କଷ୍ଟକରି ଶାନ୍ତିବଜାୟ ରଖିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । କିନ୍ତୁ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇ ପାରେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ସମୟ ପାଇବେ । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଦ୍ରବ୍ୟାଦି ଲାଭ ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସହକର୍ମୀ ମାନଙ୍କ ସହ ବାଦବିବାଦର ସମାଧାନ ହୋଇ ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ ଓ ଶାନ୍ତି ବିରାଜମାନ କରିବ । ପରିବାରରେ ବ୍ୟୟବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!