ଦୈନିକ ରାଶିଫଳ: 21 ଜାନୁୟାରୀ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୧ ତାରିଖ, ଶୁକ୍ରବାର, ମକର ମାସ ୮ ଦିନ, ମାଘ ମାସ, କୃଷ୍ଣପକ୍ଷ ତୃତୀୟା ତିଥି ସକାଳ ୮ଟା ୫୨ମିନିଟ୍ ଗତେ ଚତୁର୍ଥୀ ତିଥି, ମଘା ନକ୍ଷତ୍ର, ସକାଳ ୯ଟା ୪୨ମିନିଟ୍ ଗତେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୩ଟା ୪ମିନିଟ୍ ଗତେ ଶୋଭନ ଯୋଗ । ବିଷ୍ଟି କରଣ, ସକାଳ ୮ଟା ୫୨ମିନିଟ୍ ଗତେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ସକାଳ ୮ଟା ୫୨ମିନିଟ୍ ପରେ ମୂଳା ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଆଗ୍ନେୟେ ସକାଳ ୮ଟା ୫୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ୧୦ଟା ୩୫ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ଦିବା ୧୧ଟା ୫୭ମିନିଟ୍, ରାତ୍ରି ୮ଟା ୪୨ମିନିଟ୍ ରୁ ୧୦ଟା ୨୦ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୧୦ମିନିଟ୍, ସକାଳ ୭ଟା ୫୫ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୧୨ଟା ୨୦ମିନିଟ୍ ରୁ ୨ଟା ୩୧ମିନିଟ୍, ଦିବା ୪ଟା ୧ମିନିଟ୍ ରୁ ସନ୍ଧ୍ୟା ୫ଟା ୨୭ମିନିଟ୍, ସନ୍ଧ୍ୟା ୭ଟା ୧୩ମିନିଟ୍ ରୁ ରାତ୍ର ୮ଟା ୪୧ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ରାତ୍ର ୪ଟା ୪୨ମିନିଟ୍ ।

ମେଷ:-ରାଜନୀତି କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଥଗିତଥିବା କର୍ମଟି ପୂରଣ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ । ଶୁଭଖବର ପାଇ ମନ ଖୁସି ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । କ୍ରିଡା, ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ । ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନପୂରାଇବା ଭଲ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ପୂର୍ବରୁ ଲାଗିରହିଥିବା ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ । ନିଜର କାର୍ଯ୍ୟ ସାଧନ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ନୂତନ ଗୃହସୁଖ ମିଳିବ ଦୂରଯାତ୍ରା ସୁଯୋଗ ପାଇବେ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୃହପ୍ରାପ୍ତି ହୋଇପାରେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ । ରାଜ ନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି । ଆକସ୍ମିକ ଧନ ପ୍ରାପ୍ତି ହେବ । ନୂତନ ସମ୍ପତି କ୍ରୟ କରିବେ । ମାନସିକ ଶାନ୍ତି ମିଳିବ । ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଆଇନ ଅଦାଲତ, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ସ୍ଥାନାନ୍ତର ଯୋଗ ଅଛି । ବିଦ୍ୟା କ୍ଷେତ୍ରରେ ସଫଳ ହେବେ । ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!