ଦୈନିକ ରାଶିଫଳ: 22 ଜାନୁୟାରୀ 2022, ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୨ ତାରିଖ, ଶନିବାର, ମକର ମାସ ୯ ଦିନ, ମାଘ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି ସକାଳ ୯ଟା ୧୪ମିନିଟ୍ ଗତେ ପଞ୍ଚମୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ଦିବା ୧୦ଟା ୩୭ମିନିଟ୍ ଗତେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ଦିବା ୪ଟା ୪୭ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ଶୋଭନ ଯୋଗ ଦିବା ୨ଟା ୬ମିନିଟ୍ ଗତେ ଅତିଗଣ୍ଡ ଯୋଗ । ବାଳବ କରଣ, ସକାଳ ୯ଟା ୧୪ ମିନିଟ୍ ଗତେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର ଦିବା ୪ଟା ୪୭ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମୂଳା ନ ଖାଇଲେ ଭଲ ସକାଳ ୯ଟା ୧୪ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସକାଳ ୯ଟା ୧୪ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୦ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ଦିବା ୨ଟା ୪୩ମିନିଟ୍, ଦିବା ୪ଟା ୬ମିନିଟ୍ ରୁ ୫ଟା ୨୮ମିନିଟ୍, ସନ୍ଧ୍ୟା ୫ଟା ୨୮ମିନିଟ୍ ରୁ ୭ଟା ୬ମିନିଟ୍, ରାତ୍ରି ୪ଟା ୫୦ମିନିଟ୍ ରୁ ୬ଟା ୨୭ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୩ମିନିଟ୍, ରାତ୍ର ୮ଟା ୫ମିନିଟ୍ ରୁ ୧୦ଟା ୩୯ମିନିଟ୍, ରାତ୍ର ୧୨ଟା ୨୫ମିନିଟ୍ ରୁ ୨ଟା ୭ମିନିଟ୍, ରାତ୍ର ୩ଟା ରୁ ରାତ୍ର ୪ଟା ୪୨ମିନିଟ୍ ।

ମେଷ:-ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବିଦ୍ୟାରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ଘର ପରିବାରସ୍ଥିତି ଭଲ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ତୀର୍ଥ ଯାତ୍ରା କରି ଦେବ ଦର୍ଶନ କରିବା ପାଇଁ ମନ ବଳେଇ ପାରନ୍ତି । ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବ୍ୟବସାୟ, ରାଜନୀତି, ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରଟିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭ ମିଳିବ । ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଅନେକ କାର୍ଯ୍ୟରେ ବାଧା ଆସିବ ତେଣୁ ମନ ବିଚଳିତ ଓ ଚିନ୍ତାଗ୍ରସ୍ତ ରହିବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ନିଜରପଦ ଗରିମା ବଜାୟ ରହିବ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବେ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ସାମାନ୍ୟ ଲାଭ ପାଇବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଶୁଭ ସନ୍ଦେଶ ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ନୂତନ ଗୃହସୁଖ ମିଳିବ । ବ୍ୟବସାୟୀ ମାନେ ବହୁତ ଲାଭ ଉଠାଇ ପାରିବେ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢିବ । ଘର ପରିବାରସ୍ଥିତି ଭଲ ରହିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିଲେ ମଧ୍ୟ ଭଲ ଲାଭ ହେବ । ପରିବାରରେ ସୁଖଶାନ୍ତି ଫେରି ଆସିବ ଓ ଶୁଭଫଳ ପ୍ରାପ୍ତି ହେବ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ଅଧସ୍ତନ କର୍ମଚାରୀ ଓ ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ଚାଷି ଓ ଚାଷଦ୍ରବ୍ୟ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ । ପିଲାମାନଙ୍କର ଚିନ୍ତା କରି ବିରକ୍ତିଭାବ ପ୍ରକାଶ ପାଇବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ । ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-କର୍ମରେ ଉନ୍ନତି, ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବିରୋଧିମାନେ ଦୂରେଇଯିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!