ଦୈନିକ ରାଶିଫଳ: 23 ଜାନୁୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୩ ତାରିଖ, ରବିବାର, ମକର ମାସ ୧୦ ଦିନ, ମାଘ ମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି ସକାଳ ୯ଟା ୧୨ମିନିଟ୍ ଗତେ ଷଷ୍ଠୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ଦିବା ୧୧ଟା ୮ମିନିଟ୍ ଗତେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ଦିବା ୧୨ଟା ୪୮ମିନିଟ୍ ଗତେ ସୁକର୍ମା ଯୋଗ । ତୈତିଳ କରଣ, ସକାଳ ୯ଟା ୧୨ମିନିଟ୍ ଗତେ ଗର କରଣ । ମେଷ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ସକାଳ ୯ଟା ୧୨ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ସକାଳ ୯ଟା ୧୨ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୫ମିନିଟ୍ ରୁ ଦିବା ୧୧ଟା ୫୮ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୧ଟା ୨୧ମିନିଟ୍, ରାତ୍ରି ୧ଟା ୩୫ମିନିଟ୍ ରୁ ୩ଟା ୧୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୧ଟା ୪୭ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ୮ଟା ୫୫ମିନିଟ୍, ରାତ୍ର ୧୨ଟା ୨୫ମିନିଟ୍ ରୁ ରାତ୍ର ୧ଟା ୩୪ମିନିଟ୍, ରାତ୍ର ୩ଟା ୧୩ମିନିଟ୍ ରୁ ୩ଟା ୫୦ମିନିଟ୍ । ପର୍ବଦିନ- ନେତାଜୀ ଜୟନ୍ତୀ, ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ।

ମେଷ:-ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚିତ୍ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପୁରାତନ ରୋଗର ପୀଡାରୁ ଉପସମ ପାଇବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇ ନେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ବିଶେଷ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବଦର୍ଶନ କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟରେଉନ୍ନତି, ସାମ୍ବାଦିକତାରୁ ଲାଭ ଓ ବକେୟା ଅର୍ଥ କିଛି ମିଳିଯିବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରି ଯିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସମାଜ ସେବା ଫଳରେ ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ନୂତନ ବନ୍ଧୁ ଭେଟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ରାଜନୀତିରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ସ୍ଵନାମ ଅର୍ଜନ କରିପାରିବେ । ଉତ୍ତମ ରୋଜଗାର କରିପାରିବେ । ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଦୁଃଖୀ ଲୋକଙ୍କୁ ସାହାରା ହେବେ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇ ପାରିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ନୂତନପନ୍ଥା ଅନୁସରଣ କରିବା ଫଳରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଶୁଭ ସମାଚାର ଶୁଣିବାକୁ ମିଳିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କାରଣ କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!