ଜାନୁୟାରୀ 23 ତାରିଖରୁ ଜାନୁୟାରୀ 29 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ।ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ନିରାଶା ଭାବ ଦୂର ହୋଇ ସ୍ଥିତି ସାମାନ୍ୟ ବଦଳିଯିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିଲେ ସମସ୍ତ ପରୀକ୍ଷାରେ ସଫଳତା ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପ୍ରଭାବ ଓ ପ୍ରାଧାନ୍ୟ ବୃଦ୍ଧି ପାଇବ। ବିଶେଷକରି ଇଞ୍ଜିନିୟରିଂ କ୍ଷେତ୍ରରେ ଜଡିତ ଥିବା ବ୍ୟକ୍ତିମାନେ ଚାକିରୀରେ ପଦୋନ୍ନତି ପାଇବେ। ଦାମ୍ପତ୍ୟ ଜୀବନରେ ଘନିଷ୍ଠତା ବୃଦ୍ଧି ପାଇବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଯୋଗେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯାଇ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଶିକ୍ଷା କ୍ଷେତ୍ରରେ ସ୍ଥିତି ସାମାନ୍ୟ ବଦଳିଯିବ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି, ଶତୃନାଶ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରି ପାରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ମାନସମ୍ମାନ ଲାଭ କରିବା ସହ ଦକ୍ଷତା ଯୋଗ୍ୟତା ଓ ପାରଦର୍ଶିତାର ଉପଯୋଗ କରି ଫାଇଦା ଉଠେଇ ପାରିବେ। ବ୍ୟବସାୟ କ୍ଷେତ୍ରକୁ ସୁସଜିତ କରିବା ଫଳରେ ଲାଭର ମାର୍ଗ ପ୍ରଶସ୍ଥ ହେବା ସହ ପ୍ରବଳ ମାତ୍ରାରେ ଆର୍ଥିକ ଉନ୍ନତି ଦେଖାଦେବ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷା କ୍ଷେତ୍ରରେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ନୂଆ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରର ସଦସ୍ୟଙ୍କ ମନରେ ଆପଣଙ୍କ ପ୍ରତି ଭୁଲ୍ ବୁଝାମଣା ହୋଇ ପାରେ। ଅପରିଚିତ ଲୋକମାନଙ୍କୁ ଅଧିକ ବିଶ୍ଵାସ କରନ୍ତୁ ନାହିଁ। ସ୍ୱାସ୍ଥ୍ୟ ସାମାନ୍ୟ ଦୁର୍ବଳ ରହିବ। ଗ୍ୟାଷ୍ଟିକ ସମସ୍ୟା ଦେଖାଦେଇ ପାରେ। କିନ୍ତୁ ଅଯଥା ଖର୍ଚ୍ଚ ପ୍ରତି ସାବଧାନ ରୁହନ୍ତୁ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ। ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ ଓ ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଟଙ୍କାର ଆବଶ୍ୟକତା ପୂରଣ ହୋଇ ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନବା ଫଳରେ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ସରକାରୀ କର୍ମଚାରୀ ମାନେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମ କ୍ଷେତ୍ରରେ ମାନସମ୍ମାନ ପାଇବେ। ଆର୍ଥିକ ଉନ୍ନତି ଫଳରେ ଋଣରୁ ମୁକ୍ତି ମିଳିବ। ଚେଷ୍ଟାକଲେ ମାଲିମୋକଦ୍ଦମାର ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ଓ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଉଚିତ୍ ପନ୍ଥା ଗ୍ରହଣ କଲେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଦୂରଯାତ୍ରାରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମାନସମ୍ମାନ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ସହ ଆଶାତୀତ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ଆର୍ଥିକ ଅନାଟନ ଯୋଗୁ ଗୃହର ବାତାବରଣ ଅଶାନ୍ତ ରହି ପାରେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଶରୀର କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀକ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ମାତ୍ରାରେ ଲାଭହେବ। କିନ୍ତୁ ଯଦି ବ୍ୟବସାୟ ବଢେଇବା ପାଇଁ କୌଣସି ଋଣ କରିବାକୁ ଇଛା କରୁଛନ୍ତି ତେବେ ଏଥିରେ କିଛି ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ହସ ଖୁସିରେ ସମୟ ବିତିବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବା ଫଳରେ ସାଧାରଣ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ଯୋଗ୍ୟତା ଓ ଦକ୍ଷତାକୁ ନେଇ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!