ଦୈନିକ ରାଶିଫଳ: 24 ଜାନୁୟାରୀ 2022, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୪ ତାରିଖ, ସୋମବାର, ମକର ମାସ ୧୧ ଦିନ, ମାଘ ମାସ, କୃଷ୍ଣପକ୍ଷ, ଷଷ୍ଠୀ ତିଥି ସକାଳ ୮ଟା ୪୪ମିନିଟ୍ ଗତେ ସପ୍ତମୀ ତିଥି, ହସ୍ତା ନକ୍ଷତ୍ର, ଦିବା ୧୧ଟା ୧୪ମିନିଟ୍ ଗତେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ଦିବା ୧୧ଟା ୧୧ମିନିଟ୍ ଗତେ ଧୃତି ଯୋଗ । ବାଣିଜ କରଣ, ସକାଳ ୮ଟା ୪୪ମିନିଟ୍ ଗତେ ବିଷ୍ଟି କରଣ । ମିଥୁନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ସକାଳ ୮ଟା ୪୪ମିନିଟ୍ ପରେ ତାଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ସକାଳ ୮ଟା ୪୪ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୫୦ମିନିଟ୍ ରୁ ୯ଟା ୧୩ମିନିଟ୍, ଦିବା ୨ଟା ୪୪ମିନିଟ୍ ରୁ ୪ଟା ୭ମିନିଟ୍, ରାତ୍ରି ୧୦ଟା ୨୧ମିନିଟ୍ ରୁ ୧୧ଟା ୫୮ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୪୯ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ଦିବା ୧ଟା ୩ମିନିଟ୍, ଦିବା ୪ଟା ୮ମିନିଟ୍ ରୁ ଦିବା ୪ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ରାତ୍ର ୮ଟା ୫୬ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ରାତ୍ର ୨ଟା ୫୯ମିନିଟ୍ ।

ମେଷ:-ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ସମସ୍ତ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ନତୁବା ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପ୍ରେମ ସମ୍ବନ୍ଧରେ ପ୍ରଗାଢତା ଆସିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ନୂଆ ନିଯୁକ୍ତିର ସୁଯୋଗ ଅଛି । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଅଟେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ବ୍ୟବସାୟୀକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । କର୍ମ ବ୍ୟବସାୟ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ । ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । ନତୁବା ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଅଟକିଥିବା କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ପରିବାରରେ ସ୍ନେହଆଦର ପାଇ ସୁଖଭୋଗ କରିବେ । ନିବେଶ ପାଇଁ ସମୟ ଉପଯୁକ୍ତ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । କିନ୍ତୁ ସାଧାରଣ ବାଧାବିଘ୍ନ ବଡ ଧରଣର ମନେ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । କୋର୍ଟକଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ବିଳମ୍ବରେ ଘଟିବ । କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ । ଛାତ୍ରଛାତ୍ରୀମାନେ ଅଯଥାରେ ସମୟ ନଷ୍ଟ କରିବେ । ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!