ଦୈନିକ ରାଶିଫଳ: 25 ଜାନୁୟାରୀ 2022, ମା ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୫ ତାରିଖ, ମଙ୍ଗଳବାର, ମକର ମାସ ୧୨ ଦିନ, ମାଘମାସ, କୃଷ୍ଣପକ୍ଷ, ସପ୍ତମୀ ତିଥି ସକାଳ ୭ଟା ୪୮ମିନିଟ୍ ଗତେ ଅଷ୍ଟମୀ ତିଥି, ଚିତ୍ରାନକ୍ଷତ୍ର, ଦିବା ୧୦ଟା ୫୩ମିନିଟ୍ ଗତେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଧୃତି ଯୋଗ ସକାଳ ୯ଟା ୧୨ମିନିଟ୍ ଗତେ ଶୂଳ ଯୋଗ । ବବ କରଣ, ସକାଳ ୭ଟା ୪୮ମିନିଟ୍ ଗତେ କୌଳବ କରଣ । ମକର ରାଶିର ଘାତବାର । ତାଳ ନ ଖାଇଲେ ଭଲ ସକାଳ ୭ଟା ୪୮ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ସକାଳ ୭ଟା ୪୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୫୦ମିନିଟ୍ ରୁ ୯ଟା ୧୩ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୨ଟା ୪୪ମିନିଟ୍, ରାତ୍ରି ୭ଟା ୭ମିନିଟ୍ ରୁ ୮ଟା ୪୪ମିନିଟ୍ । ଶୁଭସମୟ- ସକାଳ ୯ଟା ୧୪ମିନିଟ୍ ରୁ ଦିବା ୧୦ଟା ୫୧ମିନିଟ୍, ଦିବା ୧ଟା ୬ମିନିଟ୍ ରୁ ୧ଟା ୨୦ମିନିଟ୍, ଦିବା ୪ଟା ୮ମିନିଟ୍ ରୁ ଦିବା ୪ଟା ୪୫ମିନିଟ୍, ସନ୍ଧ୍ୟା ୫ଟା ୩୧ମିନିଟ୍ ରୁ ୬ଟା ୨୧ମିନିଟ୍, ରାତ୍ର ୮ଟା ୫୮ମିନିଟ୍ ରୁ ରାତ୍ର ୧୧ଟା ୩୨ମିନିଟ୍, ରାତ୍ର ୨ଟା ୯ମିନିଟ୍ ରୁ ୩ଟା ୫୦ମିନିଟ୍ । ପର୍ବଦିନ- ଅଷ୍ଟକା ଶ୍ରାଦ୍ଧ, କାଳାଷ୍ଟମୀ, ସ୍ଵାମୀ ବିବେକାନନ୍ଦଙ୍କ ଜନ୍ମ ତିଥି ।

ମେଷ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ନୂତନ ସମ୍ପତ୍ତି କ୍ରୟ କରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ଉଚ୍ଚ ଆଶାରେ ଆଗେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସ୍ଵନମ ଅର୍ଜନ କରିବେ । ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶାରୀରିକ ଅସୁସ୍ଥତା ଦୂରହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ଶତ୍ରୁମାନେ ପରାଜିତ ହେବେ । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ବିଦେଶ ଯାତ୍ରାରେ ଲାଭ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ହେବ । ଅନେକ ଶୁଭକର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶିଆଘାତ ପାଇବେ । ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସନ୍ତାନ ଓ ପରିବାର ସହ ଆଜି ସମୟ ବିତେଇବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଦିଗ ଭ୍ରଷ୍ଟର ଶିକାର ନ ହେଲେ ଆର୍ଥିକ ଦିଗରୁ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବା ସହ ଉଚ୍ଚଆଶା ସଫଳ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବାଦବିବାଦ, ମାଲି ମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!