ଦୈନିକ ରାଶିଫଳ: 26 ଜାନୁୟାରୀ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୬ ତାରିଖ, ବୁଧବାର, ମକର ମାସ ୧୩ ଦିନ, ମାଘମାସ, କୃଷ୍ଣପକ୍ଷ, ନବମୀତିଥି, ସ୍ଵାତୀ ନକ୍ଷତ୍ର ଦିବା ୧୦ଟା ୫ମିନିଟ୍ ଗତେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଶୂଳ ଯୋଗ ସକାଳ ୬ଟା ୫୧ମିନିଟ୍ ଗତେ ଗଣ୍ଡ ଯୋଗ । ତୈତିଳ କରଣ, ସନ୍ଧ୍ୟା ୫ଟା ୩୩ମିନିଟ୍ ଗତେ ଗର କରଣ । କର୍କଟ ରାଶିର ଘାତବାର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୪ଟା ୩୪ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୯ଟା ୧୩ମିନିଟ୍ ରୁ ୧୦ଟା ୩୬ମିନିଟ୍, ଦିବା ୧୧ଟା ୫୯ମିନିଟ୍ ରୁ ଦିବା ୧ଟା ୨୨ମିନିଟ୍, ରାତ୍ରି ୩ଟା ୧୩ମିନିଟ୍ ରୁ ୪ଟା ୫୦ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୩୬ମିନିଟ୍, ଦିବା ୧ଟା ୫୦ମିନିଟ୍ ରୁ ୪ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୧୦ଟା ୪୦ମିନିଟ୍, ରାତ୍ର ୨ଟା ୯ମିନିଟ୍ ରୁ ରାତ୍ର ୩ଟା ୧୨ମିନିଟ୍, ରାତ୍ର ୪ଟା ୫୧ମିନିଟ୍ ରୁ ୬ଟା ୨୫ମିନିଟ୍ । ପର୍ବଦିନ- ଅନ୍ୱଷ୍ଟକା ଶ୍ରାଦ୍ଧ, ସାଧାରଣତନ୍ତ୍ର ଦିବସ ।

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପୂରାତନ ରୋଗର ଉପଶମ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶତ୍ରୁମାନେ ମଥାନତ କରିବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହୋଇ ଉଚ୍ଚଆଶା ସଫଳ ହେବ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସୁଖ ଶାନ୍ତିରେ ଦିନଟି କାଟିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବା ସହ କିଛି ଅର୍ଥ ଧାର୍ମିକ କ୍ଷେତ୍ରରେ ଦାନ କରିବାକୁ ବାଧ୍ୟ ହେବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶତ୍ରୁବାଧା ଦୂରେଇ ଯିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ଧର୍ମକ୍ଷେତ୍ରରେ ଲିପ୍ତ ରହିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ଶାରୀରିକ କଷ୍ଟ ଦୂରେଇ ଯିବ । ସରକାରୀ ସାହାଯ୍ୟ ମିଳିପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସନ୍ତାନମାନଙ୍କର ଉନ୍ନତି ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ଅପଦସ୍ଥ କରିବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ପାରିବାରିକ ସ୍ତରରେ କିଛି କୁହୁଳା ଆଶାନ୍ତି ସୃଷ୍ଟି ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!