ଦୈନିକ ରାଶିଫଳ: 29 ଜାନୁୟାରୀ 2022, ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୨୯ ତାରିଖ, ଶନିବାର, ମକର ମାସ ୧୬ ଦିନ, ମାଘ ମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । କୌଳବ କରଣ, ଦିବା ୧୦ଟା ୮ମିନିଟ୍ ଗତେ ତୈତିଳ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଇ, ମସୁର ଡାଲି ନ ଖାଇଲେ ଭଲ ରାତି ୮ଟା ୩୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୮ଟା ୩୭ ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୭ଟା ୪୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ଦିବା ୨ଟା ୪୬ମିନିଟ୍, ଦିବା ୪ଟା ୯ମିନିଟ୍ ରୁ ୫ଟା ୩୩ମିନିଟ୍, ସନ୍ଧ୍ୟା ୫ଟା ୩୩ମିନିଟ୍ ରୁ ରାତ୍ରି ୭ଟା ୯ମିନିଟ୍, ରାତ୍ରି ୪ଟା ୪୯ମିନିଟ୍ ରୁ ୬ଟା ୨୬ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୭ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୮ଟା ୮ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୨ଟା ୭ମିନିଟ୍, ରାତ୍ର ୩ଟା ୧ମିନିଟ୍ ରୁ ରାତ୍ର ୪ଟା ୪୨ମିନିଟ୍ ।

ମେଷ:-କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟା ସମାଧାନର ବାଟ ମିଳିବ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ । ବ୍ୟବସାୟୀକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ଦୁର୍ବଳ ବା ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । ଦୂରଯାତ୍ରା କରିଲେ କଷ୍ଟ ସହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ସୁଧାର ଆସିବ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ । ବରିଷ୍ଠବ୍ୟକ୍ତି ଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ । କାରବାର ଓ ବ୍ୟାପାରରେ ଉନ୍ନତି ହେବ । କାମ-କାର୍ଯ୍ୟ ପ୍ରତି ମନ ଲାଗିବ । କୌଣସି ନୂତନ କର୍ମ କରି ପାରିବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପାଇବେ । ଆକସ୍ମିକ ଧନ ଲାଭ ହେବ । ପାରିବାରିକ ସୁଖ-ଶାନ୍ତି ମିଳିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶତୃମାନେ ପରାଜିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରେ । ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତର ଥିଲେ ସମାଧାନ ହେବ । ପରିବାରରେ ଓ କୁଟୁମ୍ବରେ ଗୁରୁକାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ଅଶାନ୍ତିର ଝଡ ଶାନ୍ତ ହେବା ଫଳରେ ପଦୋନ୍ନତି ଓ ସୁଖ, ସମ୍ପତ୍ତି ଲାଭ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ । ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ରାଜନୀତିରେ କୃତକାର୍ଯ୍ୟ ହୋଇ ଉଚ୍ଚଆଶା ସଫଳ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଋଣ ଭାରରୁ ମୁକ୍ତି ପାଇବେ । ନୂତନ କର୍ମ ପ୍ରାପ୍ତି ହୋଇ ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!