ଦୈନିକ ରାଶିଫଳ: 30 ଜାନୁୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୩୦ ତାରିଖ, ରବିବାର, ମକର ମାସ ୧୭ ଦିନ, ମାଘମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ଦିବା ୨ଟା ୧୫ମିନିଟ୍ ଗତେ ବଜ୍ର ଯୋଗ । ଗର କରଣ, ସକାଳ ୭ଟା ୪ମିନିଟ୍ ଗତେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୨୯ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୫ଟା ୨୯ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ଦିବା ୧୧ଟା ୫୯ମିନିଟ୍, ଦିବା ୧୧ଟା ୫୯ମିନିଟ୍ ରୁ ୧ଟା ୨୩ମିନିଟ୍, ରାତ୍ରି ୧ଟା ୩୬ମିନିଟ୍ ରୁ ୩ଟା ୧୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୭ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୮ଟା ୫୮ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍, ରାତ୍ର ୩ଟା ୧୩ମିନିଟ୍ ରୁ ୩ଟା ୫୦ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ରଟନ୍ତୀ କାଳିକା ପୂଜା ।

ମେଷ:-କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଡ଼ିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖିପାରିବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ହତାଶାଭାବ ଦୂରହେବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ମାନହାନୀର ସମ୍ଭାବନା ଅଧିକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ସାହିତ୍ୟ ସସ୍କୃତି ଆଦି ଚର୍ଚ୍ଚା କରିବେ । ଦାମ୍ପତ୍ୟ କଳହ ଦୂର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ ଓ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ଋଣରୁ ମୁକ୍ତି ହେବାପାଇଁ ଯୋଜନା କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ । ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ । ନିଜଲୋକମାନେ ସାହାଯ୍ୟ ସହଯୋଗ କରିବେ । ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ଖୁସି ରହିବେ । ଛାତ୍ରଛାତ୍ରୀମାନେ ଧୈର୍ଯ୍ୟଶୀଳ ହେବେ । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ । ଦାମ୍ପତ୍ୟ କଳହ ମେଣ୍ଟିଯିବ କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ । ଧନଲାଭ କରିବାର ଆଶା ଦେଖାଯାଏ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ସାକ୍ଷାତକାରରେ ଜୟଲାଭ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ କିନ୍ତୁ ଧୈର୍ଯ୍ୟଧରି ବାଣିଜ୍ୟ ନକଲେ ହତାଶ ହୋଇ ହୋଇ ପାରନ୍ତି । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ । କିଣାବିକା ବ୍ୟବସାୟରେ ଲାଭ ହେବ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି । କୌଣସି ହିଂସ୍ରଜନ୍ତୁଙ୍କ ଦ୍ଵାରା ଆଘାତ ବା ମାନମର୍ଯ୍ୟାଦା ଉପରେ ଆଘାତ ଉପସ୍ଥିତ ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଆୟବୃଦ୍ଧି, ଋଣମୁକ୍ତି, ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!