ଜାନୁୟାରୀ 30 ତାରିଖରୁ ଫେବୃୟାରୀ 05 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ଧନଲକ୍ଷ୍ମୀ ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ସରକାରୀ କାମରେ ସଫଳତା ପାଇବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ସୁଖଶାନ୍ତିରେ ସମୟ କଟାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ଅଧିକ ଲାଭ କରିବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଅଳ୍ପରେ ସନ୍ତୁଷ୍ଟ ହେବେ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ। ଖେଳରେ ବିଜୟୀ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଶିଳ୍ପବାଣିଜ୍ୟ, ପରିବହନବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କଠିନ ପରିଶ୍ରମ କରିଲେ ଭଲଅର୍ଥ ଲାଭ ହେବ କିନ୍ତୁ ଅଧିକ ବ୍ୟୟ ମଧ୍ୟ କରିବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡି ପାରନ୍ତି।ନିଜ ଲୋକ ମନମୋଟିଆ ହେବେ। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଉତ୍ତମ ରୋଜଗାର ହେବ। ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବିଦେଶ ଯାତ୍ରା କରି ଲାଭବାନ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ମନବିକାର ଓ ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନଭଲ ରହିବ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟରେ ପ୍ରଚୁର ଲାଭହେବାସହ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ ଓ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭର ପରିମାଣ ଅଧିକ ହେବ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇ ପାରେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବାସହ ମାଲିମୋକଦ୍ଦମାରେ ସଫଳ ହେବେ। ଶୁଭକାମ କରି ପ୍ରଶଂସିତ ହେବେ। ରାଜନୀତିରେ ବିଶେଷ ଲାଭବାନ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ଦେଖାଦେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ସହ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ବନ୍ଧୁଙ୍କ ସହଯୋଗ ରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କୌଣସି କଥା ବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଛାତ୍ର ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବାସହ ବିଦ୍ୟାକ୍ଷେତ୍ରରେ ଉନ୍ନତି କରିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଭାତୃବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଜୀବନସାଥିଙ୍କ ସମର୍ଥନ ଆପଣଙ୍କ ମନୋବଳ ବୃଦ୍ଧି କରିବ। ପୂର୍ବ ବିଚାରାଧୀନ କାର୍ଯ୍ୟ ସମାପ୍ତ କରିବାକୁ ଚେଷ୍ଟାଜାରି ରଖିବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ଅନ୍ୟମାନଙ୍କୁ କଦାପି ଅଯଥା ପରାମର୍ଶ ଦିଅନ୍ତୁ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!