ଦୈନିକ ରାଶିଫଳ: 31 ଜାନୁୟାରୀ 2022, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୩୧ ତାରିଖ, ସୋମବାର, ମକର ମାସ ୧୮ ଦିନ, ମାଘମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି ଦିବା ୨ଟା ୧୮ମିନିଟ୍ ଗତେ ଅମାବାସ୍ୟା ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ବଜ୍ର ଯୋଗ ଦିବା ୧୦ଟା ୨୫ ମିନିଟ୍ ଗତେ ସିଦ୍ଧି ଯୋଗ । ଶକୁନି କରଣ, ଦିବା ୨ ଟା ୧୮ମିନିଟ୍ ଗତେ ଚତୁଷ୍ପଦ କରଣ । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୨ଟା ୧୮ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ଦିବା ୨ଟା ୧୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଅମବାସ୍ୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୯ଟା ୧୩ମିନିଟ୍, ଦିବା ୨ଟା ୪୭ମିନିଟ୍ ରୁ ୪ଟା ୧୦ମିନିଟ୍, ରାତ୍ରି ୧୦ଟା ୨୩ମିନିଟ୍ ରୁ ୧୧ଟା ୫୯ମିନିଟ୍ । ଶୁଭସମୟ- ସକାଳ ୬ଟା ୨୬ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧୦ଟା ୫୪ମିନିଟ୍ ରୁ ଦିବା ୧ଟା ୫ମିନିଟ୍, ଦିବା ୪ଟା ୧୧ମିନିଟ୍ ରୁ ୪ଟା ୪୮ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୯ଟା, ରାତ୍ର ୧୨ଟା ରୁ ରାତ୍ର ୨ଟା ୫୮ମିନିଟ୍ । ପର୍ବଦିନ- ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ, ଯମ ତର୍ପଣ ।

ମେଷ:-କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବା ସହ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଛାତ୍ରଛାତ୍ରୀ ମାନଙ୍କର ହସଖୁସିରେ ସମୟ ବ୍ୟତୀତ ହେବ । ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ । ନିଜର ଚତୁରତା ଓ ବିବେକ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂର ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଇଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ ଓ କୌଣସି ଶୁଭ ସମାଚାର ଶୁଣିବେ । ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ । ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଓ ମାନ୍ୟତା ଅର୍ଜ୍ଜନ କରିବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନ ସୁଖରେ ସୁଖୀ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଶରୀର ସୁସ୍ଥ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଲୋକପ୍ରିୟତା ମଧ୍ୟ ହାସଲ କରି ପାରିବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ । କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ରାଜନୀତିରେ ସଫଳତା ମିଳିବ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ଶତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । କୌଣସି ବରିଷ୍ଠ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି । ଋଣ ଭରଣାରେ ସହଜ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ସନ୍ତୁଷ୍ଟ ରହିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ । ଭଲ କାର୍ଯ୍ୟ କରି ଆଶାଆକାଂକ୍ଷାକୁ ପୂର୍ଣ୍ଣ କରିପାରିବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!