ଜାନୁୟାରୀ 03 ତାରିଖ ରୁ ଜାନୁୟାରୀ 09 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶି ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ, ସହଯୋଗ କରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହେବେ । ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରଶଂସିତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି କରି ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ନୂଆ ଉପାୟ ଚିନ୍ତା କରିବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧାହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ରାଜନୀତିରେ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯିବା ଫଳରେ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସହପାଠୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ସଫଳତା ଲାଭ କରିବେ । ଶତୃମାନେ ମୁଣ୍ଡ ଟେକିବେ । ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ଆର୍ଥୀକ ବୃଦ୍ଧି ହେବ । ସରକାରୀ କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ । ବ୍ୟବସାୟ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମ ସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ । ଛାତ୍ରଛାତ୍ରୀମାନେ ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରି ଆନନ୍ଦିତ ହେବେ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକଶାନ୍ତି ଓ ଶାରିରୀକ ସୁସ୍ଥତା ଅନୁଭବ କରିବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବା ସହ କେତେକ କ୍ଷେତ୍ରରେ ପ୍ରସଂଶିତ ହୋଇ ଉଚ୍ଚପଦ ପଦବି ପ୍ରାପ୍ତି ହେବ । ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପରିଚାଳନା ଦାୟିତ୍ୱ ବଢିବ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବୃଦ୍ଧିହେବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ବକେୟା ଅର୍ଥ କିଛି ମିଳିବ ଓ ନିର୍ମାଣମୂଳକ ଯୋଜନାରେ ଆଗେଇବେ । ରାଜନୀତି କ୍ଷେତ୍ରରେ କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଉନ୍ନତି, ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ତ ସମସ୍ୟାର ସମାଧାନ କରି ପାରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ଓ ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ନୂତନ କର୍ମ ନିଯୁକ୍ତି ପାଇବା ସହ ଉତ୍ତମ ରୋଜଗାର ମିଳିବ । ଦୂରଯାତ୍ରାର ସୁଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ଅନ୍ୟ ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଛାତ୍ର ଛତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହୋଇ ହରାଇଥିବା ଧନପ୍ରାପ୍ତି ହେବା ଫଳରେ ମାନସିକ ଅଶାନ୍ତି ଦୂରହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବା ସହ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉନ୍ନତି ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ଜାରି ରଖନ୍ତୁ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବିବାଦୀୟ ଓ ମାଲିମୋକଦ୍ଦମାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପାରିବାରିକ ଜୀବନରେ ଅଶାନ୍ତି ଅଶୋନ୍ତୋଷ ଦୂର ହୋଇ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ତୁଲସୀ ମୂଳମାଟି ମୁଣ୍ଡରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!