ଜାନୁୟାରୀ 10 ତାରିଖ ରୁ ଜାନୁୟାରୀ 16 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ଚମକିଉଠିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲା ମାନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ପ୍ରତିକାର:- ଚାଉଳ ପାରା ଓ କୁଆଙ୍କୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ସମାଜ କଲ୍ୟାଣ କାର୍ଯ୍ୟରେ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧି ପାଇବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେଇ ବିଦ୍ୟାକ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାମାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ ଶାନ୍ତ ହୋଇ ଶାନ୍ତି ଅନୁଭବ କରିବେ । ଉତ୍ତମ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳପାଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନୂତନକର୍ମରେ ନିଯୁକ୍ତି ପାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ସୁଧାର ଆସିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ସଂବାଦ ପାଇ ଖୁସିହେବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ମାଆ ବାପାଙ୍କ ଶରୀର ସୁସ୍ଥ ରହିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇ ପାରନ୍ତି । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବା ଫଳରେ ହସ ଖୁସିରେ ସମୟ କଟାଇବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କ ସହଯୋଗରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ । ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପର୍କୀୟ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦଧିକାରୀ ଓ ସହକର୍ମୀ ମାନେ କାମର ପ୍ରଶଂସା କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । କାର୍ଯ୍ୟବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇ ଯିବ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରି ପାରନ୍ତି । ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ଆୟଉତ୍ତମ, ଶରୀର ସୁସ୍ଥରହିବ ଓ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ମନର ଆକାଂକ୍ଷା ପୂରଣ ହେବା ସହ ଆତ୍ମବିଶ୍ୱାସ ବଢ଼ିବ । ବ୍ୟବସାୟରେ ଲାଭର ମାର୍ଗ ପ୍ରଶସ୍ଥ ହୋଇ ଆର୍ଥିକଚିନ୍ତା ଦୂର ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଦ୍ଵନ୍ଦଥିଲେ ତାର ସମାଧାନ କରି ପାରିବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ଖେଳରେ ବିଜୟୀ ହେବେ । ଶିକ୍ଷା କ୍ଷେତ୍ରରେ ନିରାଶା ଭାବ ଦୂରହୋଇ ମାନସିକ ଶାନ୍ତି ଦେଖା ଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଉତ୍ତମ ରୋଜଗାର ମିଳିବ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ନିଜ ପରିଶ୍ରମରୁ ଲାଭ ମିଳିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ସମାଚାର ପାଇ ଖୁସି ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!