ଜୁଲାଇ 04 ତାରିଖ ରୁ ଜୁଲାଇ 10 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଜଯୋଗ.. ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟାପାରରେ ପ୍ରଚୁର ଲାଭ ହେବ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହି ପାରନ୍ତି । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇ ଯାତ୍ରାଫଳରେ ଉତ୍ସାହିତ ହେବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ସାମାଜିକ ପତିଆରା ଅମଳିନ ରହିବ । ଉଚ୍ଚାଧିକାରୀଙ୍କ ପ୍ରଶଂସା ମିଳିବ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ଅନେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ସରକାରୀ କାମରେ ସଫଳତା ପାଇବେ ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କେତେକ କ୍ଷେତ୍ରରେ ଉଚ୍ଚପଦ ପଦବି ପ୍ରାପ୍ତି ହେବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଉଚିତ୍ ପନ୍ଥା ଗ୍ରହଣ କରି କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ସାମାଜିକ ପତିଆରା ଅମଳିନ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ । ସହଯୋଗ ପାଇବା ସହ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ସେୟାର ବଜାରରେ ମୁନାଫା ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ପ୍ରତିକାର- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଫଳରେ ଚାକିରିରେ ପ୍ରତିଷ୍ଠିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ବ୍ୟବସାୟୀ ମାନେ ଧୈର୍ଯ୍ୟଧରୀ ପରିଶ୍ରମ କରିବା ଫଳରେ ବିଶେଷ ଲାଭବାନ୍ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ପ୍ରତିକାର- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ରାଜନୀତିରେ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବା ସହ ଉଚ୍ଚଆଶା ପୂରଣ ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ପ୍ରତ୍ୟେକ ଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆତ୍ମୀୟ ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବକେୟା ଅର୍ଥ ଆଦାୟ ହେବ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇ ପାରେ । ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!