ଜୁଲାଇ 11 ତାରିଖ ରୁ ଜୁଲାଇ 17 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ.. ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ରାଜନେତାଙ୍କର ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର ଛାତ୍ରୀମାନେ ଖୁସି ହେବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପ୍ରତିକାର- ପ୍ରତ୍ୟେକ ଦିନ ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ । ଆର୍ଥିକ ଦିଗରୁ ସୁବିଧା ପାଇବେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- ପ୍ରତ୍ୟେକ ଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପାରିବାରିକ ଜୀବନରେ ସୁଧାର ଆସିବା ଫଳରେ ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପରିବାରରେ ମାନ ମନାନ୍ତର ଦୂର ହେବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଥିବା ଦ୍ଵନ୍ଦର ସମାଧାନ ହୋଇ ଆଶାତୀତ ଲାଭବାନ ହେବେ । ଶତ୍ରୁମାନେ ତଳମୁହାଁ ହେବା ଫଳରେ ସମସ୍ତ କାର୍ଯ୍ୟ ଆପଣଙ୍କ ଇଛା ଅନୁଯାୟୀ ସମାପ୍ତ ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ତମ ରୋଜଗାର ହେବ । ରିଅଲ୍ ଇଷ୍ଟେଟ୍ ସହିତ ଜଡିତ ବ୍ୟବସାୟରେ ଆପଣ ବହୁତ ଲାଭ ପାଇପାରିବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରିବ । ନିଜରନୀତି ଉପରେ ଆପୋଷ ବୁଝାମଣା କରିବା ଉଚିତ୍ । ପିଲାମାନଙ୍କର ଅଗ୍ରଗତି ଦ୍ୱାରା ଉତ୍ସାହିତ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କାର୍ଯ୍ୟର ବିଶେଷତା ପ୍ରତି ଧ୍ୟାନ ଦିଅନ୍ତୁ । ବ୍ୟାଙ୍କିଙ୍ଗ୍ ଓ ଇଞ୍ଜିନରିଂ ସହିତ ଜଡିତ ବ୍ୟକ୍ତିମାନେ ସେମାନଙ୍କ କ୍ୟାରିୟରରେ ଏକ ଉଚ୍ଚପଦବୀ ପାଇବେ । ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବା ଫଳରେ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ ଓ ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ପିଲାମାନଙ୍କ ସହିତ ପିକନିକ୍ ଯିବାର ଆୟୋଜନ କରିପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ଶିକ୍ଷାର୍ଥୀ ମାନଙ୍କର ଅଧ୍ୟୟନରେ ମନନିବେଶ କରି ସଫଳତା ପାଇବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ ଓ କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ବିରୋଧିମାନେ ଦୂରେଇଯିବା ଫଳରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ । ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଗୃହସମସ୍ୟା ସମାଧାନ ହୋଇ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକା ମାନେ ନିଜଲୋକଙ୍କ ସାହାଯ୍ୟପାଇ ଆନନ୍ଦିତ ହେବେ । ଯାନ ବାହନ ସୁଖ ମିଳିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବ୍ୟବସାୟରେ ସଫଳତା ଅର୍ଜନକରି ଆଶାତୀତ ଲାଭ ଉଠେଇବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ଖେଳରେ ଉନ୍ନତି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖି ପ୍ରଶଂସିତ ହେବେ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ସମସ୍ୟା ସମାଧାନ କରି ଖୁସିହେବେ । ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କ ମଧ୍ୟରେ ଆନନ୍ଦ ଲହରୀ ଖେଳିଯିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଆପଣଙ୍କର ବ୍ୟକ୍ତିଗତ ଜିନିଷକୁ ସର୍ବସାଧାରଣରେ ପ୍ରକାଶ କରନ୍ତୁ । ପ୍ରତିକାର- ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନ ସୁଖପ୍ରଦ ହେବ । ପରିବାରକୁ ଅଧିକ ସମୟ ଦେବାରେ ସକ୍ଷମ ହେବା ଫଳରେ ମନ ଆନନ୍ଦରହିବ । ଷ୍ଟକ୍ ମାର୍କେଟରେ ବିନିଯୋଗ କରିବା ପୂର୍ବରୁ, ସେ ବିଷୟରେ ସମ୍ପୂର୍ଣ୍ଣ ଭାବରେ ଜାଣିବା ଆବଶ୍ୟକ । କ୍ୟାରିୟର ପାଇଁ ବହୁତ ଭଲ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଆପଣ ସହଜରେ ଋଣ ପାଇ ପାରିବେ । ଯଦି ଆପଣ ଏକ ନୂତନ ଫ୍ଲାଟ ଏବଂ ଘରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଛନ୍ତି, ତେବେ ପ୍ରଥମେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରନ୍ତୁ । ପୈତୃକ ସମ୍ପତ୍ତି ପାଇ ମନ ଖୁସିହେବ ଓ ପରିବାରରେ ସୁଖର ପରିବେଶ ରହିବ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପଡୋସିଙ୍କ ସମ୍ପର୍କ ସମ୍ବନ୍ଧୀୟ ସମସ୍ୟାର ସମାଧାନ କରିବାରେ ସକ୍ଷମ ହେବେ । ସମସ୍ତ କାର୍ଯ୍ୟ ଭଲ ଗତିରେ ଚାଲିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!