ଜୁଲାଇ 18 ତାରିଖ ରୁ ଜୁଲାଇ 24 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ସୁଖ ଶାନ୍ତିରେ ଦିନ କଟିବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଡାକ୍ତର ଇତ୍ୟାଦି ହୋଇଥିଲେ ପଦୋନ୍ନତିର ସୂଚନା ପାଇବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ। ରାଜନୈତିକ କ୍ଷେତ୍ରରେ କେବେବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର- ସର୍ବଦା ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଭାଗ୍ୟର ପ୍ରବଳତା ହେତୁ ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ, ଚାକିରୀ ମିଳିଯାଇ ପାରେ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତ ବିଭାଗରେ କର୍ମରତ ବ୍ୟକ୍ତିମାନେ ଆନନ୍ଦିତ ହେବେ। ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଦୂରଯାତ୍ରାର ସୁଯୋଗ ପାଇ ଆର୍ଥିକ ପରିବର୍ତ୍ତନ ଆସି ଆଶାତୀତ ଲାଭମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର-ପ୍ରତ୍ୟେକ ଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟରସ୍ରୋତ ବୃଦ୍ଧିହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ପୁରୁଣା ରୋଗରୁ ଉପସମ ପାଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଖା ନେତାଙ୍କ ସହ ସମ୍ପର୍କ ଦୃଢ ହେବା ଫଳରେ ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହୋଇପାରନ୍ତି। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ପ୍ରେମିକ ପ୍ରେମିକା ମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନିଜ ପରିଶ୍ରମରୁ ଲାଭ ମିଳିବ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇ ଗୃହସ୍ଥ ଜୀବନ ସୁଖମୟ ହେବ। ନୂତନ କର୍ମନିଯୁକ୍ତି ପାଇବେ। ଆୟ ଉପାର୍ଜନରେ ବାଧାନାହିଁ। ସହଯୋଗୀଙ୍କ ସାହାଯ୍ୟ ପାଇ ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ନୂତନ ଯୋଜନାରେ ସଫଳତା ମିଳିବ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ଉତ୍ତମ ରୋଜଗାର ମିଳିବ। ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରା କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ଋଣରୁ ମୁକ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ପ୍ରତିକାର:- ପ୍ରତ୍ୟେକ ଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ।କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟୀ ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର:- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ପାଇ ଖୁସି ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଆଶା ଜନକ ଲାଭ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ପ୍ରତ୍ୟେକ ଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ବନ୍ଧୁଙ୍କ ସହଯୋଗ ପାଇ ପରିବାରର କେତେକ ସମସ୍ୟା ସମାଧାନ ହୋଇ ସୁଖପ୍ରାପ୍ତି ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାର- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇ ଦବ। ନୂତନ କର୍ମ ନିଯୁକ୍ତି ପାଇବେ। ବିଦ୍ୟାର୍ଥୀ ମାନେ କ୍ୟାରିୟରକୁ ନେଇ ଖୁସି ରହିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇ ପାରନ୍ତି। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପୁରାତନ ରୋଗରୁ ଉପସମ ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ପ୍ରତିକାର- ପ୍ରତ୍ୟେକ ଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଏକାଗ୍ରତା ବଜାୟ ରହିବ। ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ, ନୂତନ ଜାଗା, ଜମି, ଗୃହ ଓ ଯାନବାହାନ କିଣି ପାରିବେ। କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଶାନ୍ତି ଲଭିବେ। ଦୀର୍ଘଦିନର ଆଶା ପୂରଣ ହେବ। ରାଜନୈତିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର-ପ୍ରତ୍ୟେକ ଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଶତୃ ପରାଜିତ ହେବେ ଓ ଭଲ ଲାଭ ପାଇବା ସହ ବାକିଥିବା ଅର୍ଥପ୍ରାପ୍ତି ହେବ। ସମ୍ପର୍କୀୟ ବ୍ୟକ୍ତି ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ନୂତନ ଯୋଜନାରେ ସଫଳତା ମିଳିବ। ପ୍ରତିକାର:- ପ୍ରତ୍ୟେକ ଦିନ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!