ଜୁଲାଇ 25 ତାରିଖ ରୁ ଜୁଲାଇ 31 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ପ୍ରତ୍ୟେକଦିନ ଲାଲ୍ ଚନ୍ଦନ କିମ୍ବା ସିନ୍ଦୁର ଟିକେ ମସ୍ତକରେ ଧାରଣ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ମିତ୍ରଙ୍କଠାରୁ ସହଯୋଗ ପାଇ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆୟରସ୍ରୋତ ବୃଦ୍ଧିହେବା ଫଳରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର- ପ୍ରତ୍ୟେକଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବା ସହ ନିଜଲୋକମାନେ ସାହାଯ୍ୟ କରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି, ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ସୁଖଶାନ୍ତି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । କେତେକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ । ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ । ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରତିକାର- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରନ୍ତି । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ । ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଗୃହରେ ଥିବା କଳହ, ପତିପତ୍ନୀ ମଧ୍ୟରେ ମତଭେଦର ସମାଧାନ ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର- ପ୍ରତ୍ୟେକଦିନ ହରିଡା ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟରସ୍ରୋତ ଖୋଲିଯିବ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ ଓ ଅଚାନକ ଧନ ପ୍ରାପ୍ତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କିନ୍ତୁ କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ସୃଷ୍ଟି ହୋଇପାରେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ । ପ୍ରତିକାର- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତି ହେବା ସହ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ୍ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପ୍ରତିଦ୍ୱନ୍ଦିତାରେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ରାଜନୀତିରେ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଖର୍ଚ୍ଚବଢିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହୋଇ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସନ୍ତାନ ମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବା ଫଳରେ ସୁଖ-ସୌଭାଗ୍ୟ ବୃଦ୍ଧି ହେବା ସହ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସରକାରୀ କର୍ମଚାରୀ ମାନଙ୍କର ଦୀର୍ଘଦିନର ଆଶା ପୂରଣ ହେବ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ପ୍ରଶଂସା ପାଇବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର-ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସନ୍ତାଠାରୁ ସୁଖପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ । ରାଜନୈତିକ କ୍ଷେତ୍ରରେ ଆରମ୍ଭରୁ ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରି ପାରନ୍ତି । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!