ଜୁନ୍ 06 ତାରିଖ ରୁ ଜୁନ୍ 12 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଯଜୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲି ମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଉଚିତ୍ପନ୍ଥା ଗ୍ରହଣ କରି ପ୍ରଶଂସା ପାଇବେ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣଭାରରୁ ମୁକ୍ତି ପାଇବେ । ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ । ନୂତନ କାର୍ଯ୍ୟାରମ୍ଭ କଲେ ସହଜରେ କାର୍ଯ୍ୟପୂରଣ କରିପାରିବେ । କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିବାରରେ ଆଦରପାଇ ସୁଖଭୋଗ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ନୂଆ ନିଯୁକ୍ତି ପାଇବାର ଯୋଗ ଅଛି । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ଦୂର ସ୍ଥାନକୁ ଯାତ୍ରା କରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ କରି ପାରିବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲାଙ୍କ ଆଚରଣରେ ଖୁସି ରହିବେ ଓ ମାନସିକତା ଅକ୍ଷୁର୍ଣ୍ଣ ରହିବ । ପରିବାରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ନୂତନଧାରା ଖୋଲିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । କର୍ମ କ୍ଷେତ୍ରରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ ବରଂ ଉନ୍ନତି କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଭାବି ଚିନ୍ତି କାର୍ଯ୍ୟ କଲେ ଉଚ୍ଚଆଶା ସଫଳ ହେବ । ରାଜନୀତିରେ ଉନ୍ନତି ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଛାତ୍ରଛାତ୍ରୀ ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ ଖବର ଶୁଣି ଖୁସି ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଛାତ୍ରଛାତ୍ରୀମାନେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ ସୁଖରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ । ସନ୍ତାନମାନେ ସୁନାମ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ସାଙ୍ଗସାଥି ଭାଗିଦାର ମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ବାଧ୍ୟହେବେ । ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ଶାରୀରିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ । ବିଦ୍ୟାରେ ଉନ୍ନତି ପାଇଁ ସମୟ ଉପଯୁକ୍ତ ଅଟେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ । ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ । ଖେଳରେ ବିଜୟୀ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!