ଜୁନ୍ 13 ତାରିଖ ରୁ ଜୁନ୍ 19 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ମହାସଂଯୋଗ… ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପ୍ରତିକାର- ବୁଲା କୁକୁରକୁ ପ୍ରତ୍ୟେକ ଦିନ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ସଂଚାଳକ, ଓକିଲ, ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଚିକିତ୍ସକ ମାନଙ୍କର ମିତ୍ରଙ୍କଠାରୁ ସହଯୋଗ ପାଇ ପ୍ରବଳ ଉନ୍ନତି ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ଲାଭ କରିବେ। ଅଟକିଥିବା ଧନ ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ପ୍ରତିକାର:- କୁଆ ପାରାଙ୍କୁ ପ୍ରତ୍ୟେକ ଦିନ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ ଇତ୍ୟାଦି ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ଅଦମ୍ୟ ଉଦ୍ୟମ ଓ ଦୃଢମନରେ ସାମାଜିକ କ୍ଷେତ୍ରରେ ପରୋପକାର କାର୍ଯ୍ୟକରି ଚାଲିବେ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ଆବଶ୍ୟକ ସମସ୍ତ ଜରୁରୀ କାର୍ଯ୍ୟ ସମାଧାନ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗରୁ ମୁକ୍ତି ମିଳିବା ସହ ଶରୀର ସୁସ୍ଥ ରହିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ ମାନଙ୍କର ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ମାନସିକ ଚିନ୍ତା ଦୂର ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିପାରନ୍ତି। ପ୍ରତିକାର- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବା ଫଳରେ ଯଶ କୀର୍ତ୍ତି ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଶତୃମାନେ ଦୂରେଇ ଯିବେ, ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସରକାରୀ କାମରେ ସଫଳତା ମିଳିବ। ବନ୍ଧୁଙ୍କ ଆଗମନ ହେବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ।ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପରିବାରରେ ଆଦର୍ଶବାଦୀର ମାନ୍ୟତା ପାଇ ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପାରିବାରିକ ଜୀବନରେ ସୁଧାର ଆସିବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଓ ସମ୍ବନ୍ଧରେ ମଧୁରତା ସୃଷ୍ଟିହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବା ସହ କୌଣସି ନୂଆ ଯୋଜନା ଆରମ୍ଭ କରିପାରିବେ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବା ସହ ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ। ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!