ଜୁନ୍ 20 ତାରିଖ ରୁ ଜୁନ୍ 26 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଜଯୋଗ… ହେବ ଆର୍ଥିକ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଶିକ୍ଷାକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ବ୍ୟବସାୟୀମାନେ ଅନେକ ସମସ୍ୟାର ସମାଧାନ କରି ଲାଭବାନ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବା ସହ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ ଓ ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇ ପାରେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବା ଯୋଗେ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଆଶାତୀତ ଲାଭବାନ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଅନେକ ସମସ୍ୟା ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିପାରେ । ନୂଆ ଜ୍ଞାନର ବୃଦ୍ଧି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ବ୍ୟବସାୟମାନେ ଅଧିକ ଲାଭ କରିବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହି ପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କରେ ଦୃଢତା ଆସିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବା ସହ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇ ପାରେ । ପ୍ରତିକାର- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଛାତ୍ର ଛାତ୍ରୀମାନେ ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନରେ ଶାନ୍ତି ଆସିବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବା ଫଳରେ କଷ୍ଟ ସ୍ଵୀକାର କରିବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି । ବକେୟା ଅର୍ଥ କିଛି ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବା ସହ ଆର୍ଥିକ ସ୍ଥିତି ସୁଧୁରିଯିବ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ କର୍ମଆଶାୟୀ ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟୀ ମାନଙ୍କର ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବା ଫଳରେ ଶାରୀରିକ କଷ୍ଟ ମଧ୍ୟ ଦୂର ହୋଇଯିବ । କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ବାଦବିବାଦ, ଖେଳକୁଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବାର ସଦସ୍ୟଙ୍କର ଆଦରଣୀୟ ହୋଇ ସୁଖଭୋଗ କରିବେ । ଜୀବନସାଥୀଙ୍କ ସହଯୋଗରେ ଆଶାତୀତ ଲାଭ ପାଇବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗା ଯୋଗ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ବିବେକ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!