ଜୁନ୍ 27 ତାରିଖ ରୁ ଜୁଲାଇ 03 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ… ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସି ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ଅଧିକାରୀ ମାନେ କାମରେ ପ୍ରସନ୍ନ ରହିବେ । ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । ସହପାଠୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ଓ ମନରେଥିବା କାମନା ପୂର୍ଣ୍ଣ ହେବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଯଶ ପ୍ରତିଷ୍ଠା ମିଳିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ ଇତ୍ୟାଦି ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ସମସ୍ତ କ୍ଷେତ୍ରରେ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରତିକାର- ପ୍ରତ୍ୟେକଦିନ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ସେୟାର ମାର୍କେଟ ମାଧ୍ୟମରେ ଭଲ ରୋଜଗାର କରି ପାରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଜଟିଳ ମାମଲାଗୁଡ଼ିକୁ ସହଜରେ ସମାଧାନ କରି ଆପଣା ଲୋକଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ କରେଇବା ଯୋଗେ ଗୁରୁଜନ ସନ୍ତୁଷ୍ଟ ରହିବେ । ପ୍ରତିକାର-ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗରୁ ଉପଶମ ମିଳିବା ଫଳରେ ଶରୀର ଭଲ ରହିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରି ପାରନ୍ତି । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଅତ୍ୟଧିକ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ଖେଳରେ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ ଓ ପରିବାରରେ ଆଦରପାଇ ସୁଖଭୋଗ କରିବେ । ଜୀବନ ସାଥୀଙ୍କ ସମର୍ଥନ ଆପଣଙ୍କର ମନୋବଳ ବୃଦ୍ଧି କରିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭବିଷ୍ୟତ ଯୋଜନା ପାଇଁ ଟଙ୍କା ଖର୍ଚ୍ଚ କରିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି, ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବା ସହ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିଯୋଗୀଙ୍କୁ ଅତିକ୍ରମ କରି ନିଜର ଦକ୍ଷତା ଯୋଗ୍ୟତା ବୃଦ୍ଧି ପାଇବ । ବୈବାହିକ ସଂପର୍କରେ ନୂତନ ସତେଜତା ସୃଷ୍ଟି ହେବ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ଭଲ ଖବର ମଧ୍ୟ ପାଇବେ । ତାତ୍ତ୍ୱିକ ଚିନ୍ତାଧାରା ସହିତ ବ୍ୟବହାରିକ ଜ୍ଞାନକୌଶଳରେ ଯୋଗ୍ୟ ହେବାକୁ ପଡିବ । ବ୍ୟବସାୟରେ ଆପଣଙ୍କର ପ୍ରଦର୍ଶନ ଉତ୍କୃଷ୍ଟ ହେବା ସହ ଆଶାତୀତ ଲାଭ ପାଇବେ । ନାନା ବାଟରେ ଧନାଗମ ଘଟି ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ । ରାଜନୀତିରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରି ପାରନ୍ତି । ନୂଆଲକ୍ଷ ପୂରଣ କରିବା ପାଇଁ ବନ୍ଧୁମିତ୍ରଙ୍କ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ଏକାଗ୍ରତା ସହିତ ଆପଣ ସମସ୍ତ କାର୍ଯ୍ୟ ସମ୍ପାଦନ କରିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ ଓ ସ୍ଵନାମ ଅର୍ଜନ କରିବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ବିଜୟୀ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସ୍ୱାସ୍ଥ୍ୟରେ ଊନ୍ନତି, ମାନସିକ ସ୍ଥିରତା ସତ୍ତ୍ୱେବି ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖି ପାରନ୍ତି । ପ୍ରତିକାର:- ପ୍ରତ୍ୟେକ ଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବା ସହ ସମ୍ବନ୍ଧରେ ମଧୁରତା ଆସିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରି ପାରନ୍ତି । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିକାର- ପ୍ରତ୍ୟେକଦିନ ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସମ୍ପର୍କୀୟ ବ୍ୟକ୍ତି ବା ବନ୍ଧୁ ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରଚୁର ଅର୍ଥ ଲାଭ ହେବା ସହ ପରିସ୍ଥିତି ବଦଳିଯିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବନାହିଁ । ବ୍ୟବସାୟୀକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟରେ ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!