ଦୈନିକ ରାଶିଫଳ: 01 ଜୁନ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧ତାରିଖ, ବୁଧବାର, ବୃଷମାସ ୧୮ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ମୃଗଶିରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଶୂଳ ଯୋଗ । ବାଳବ କରଣ ଦିବା ୮ଟା ୩୨ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ରାତି ୯ଟା ୪୭ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୯ଟା ୪୭ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୮ଟା ୨୭ମିନିଟ୍ ରୁ ଦିବା ୧୦ଟା ୬ମିନିଟ୍, ଦିବା ୧୧ଟା ୪୪ମିନିଟ୍ ରୁ ଦିବା ୧ଟା ୨୨ମିନିଟ୍, ରାତ୍ରି ୨ଟା ୨୭ମିନିଟ୍ ରୁ ୩ଟା ୪୯ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୮ଟା ୨୬ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା ୨୪ମିନିଟ୍, ସନ୍ଧ୍ୟା ୬ଟା ୧୯ମିନିଟ୍ ରୁ ରାତ୍ର ୯ଟା ୫୪ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ରାତ୍ର ୧ଟା ୩୨ମିନିଟ୍ ।

ମେଷ:-କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆଗକୁ ବଢି ପାରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ବୃଷ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମ ହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନାନା ସମସ୍ୟାର ସମାଧାନହେବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ ଓ ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ସହ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଧର୍ମକାର୍ଯ୍ୟରେ ମତି ରହିବ । ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ସୁସ୍ଥତା ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନପନ୍ଥା କଲ୍ପନା କରି ପାରନ୍ତି । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମ ନକରିବା ଉଚିତ୍ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-ସୁଖ ସମୃଦ୍ଧି ବୃଦ୍ଧି ଓ ପାରିବାରିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।

ମକର:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବିନା ପରିଶ୍ରମରେ ଧନପ୍ରାପ୍ତି ହୋଇ ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଉପରିସ୍ଥ କର୍ମକର୍ତ୍ତା ଆପଣଙ୍କର ସହଯୋଗ ଲୋଡିବେ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମୀନ:-ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଗୃହୋପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!