02 ଅଗଷ୍ଟ: ଏହି 6ଟି ରାଶିଙ୍କ ଜୀବନରେ ଆସିବ କିଛି ବଡ ପରିବର୍ତ୍ତନ, ଦେଖନ୍ତୁ ଆପଣଙ୍କ ରାଶି ନୁହେଁ ତ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅଗଷ୍ଟ ମାସ ୨ ତାରିଖ, ସୋମବାର, କର୍କଟ ମାସ ୧୮ ଦିନ, ଶ୍ରାବଣ ମାସ, କୃଷ୍ଣପକ୍ଷ, ନବମୀ ତିଥି, ଦିବା ୧୦ଟା ୨୮ମିନିଟ୍ ଗତେ ଦଶମୀ ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ, ଗର କରଣ ଦିବା ୧୦ଟା ୨୮ମିନିଟ୍ ଗତେ ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ଦିବା ୧୦ ଟା ୨୮ମିନିଟ୍ ଗତେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୧୦ଟା ୨୮ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କାଳବେଳା- ସକାଳ ୭ଟା ୩ମିନିଟ୍ ରୁ ୮ଟା ୩୯ମିନିଟ୍ । ବାରବେଳା- ଦିବା ୩ଟା ୫ମିନିଟ୍ ରୁ ଦିବା ୪ଟା ୪୨ମିନିଟ୍ । କାଳରାତ୍ରି- ରାତ୍ରି ୧୦ଟା ୨୯ମିନିଟ୍ ରୁ ରାତ୍ରି ୧୧ଟା ୫୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୭ମିନିଟ୍ ରୁ ୭ଟା ୨ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୯ମିନିଟ୍, ଦିବା ୪ଟା ୪୩ମିନିଟ୍ ରୁ ୫ଟା ୨୬ମିନିଟ୍, ସନ୍ଧ୍ୟା ୭ଟା ୪ମିନିଟ୍ ରୁ ରାତ୍ର ୯ଟା ୧୬ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୨ଟା ୨୭ମିନିଟ୍ । ପର୍ବଦିନ- ଶ୍ରାବଣ ସୋମବାର ବ୍ରତ ଦ୍ଵିତୀୟ ପାଳି ।

ମେଷ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ । ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଧନର ଆଗମନ ହୋଇପାରେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସରକାରୀ କାମରେ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ କିଛି ଅର୍ଥ ଆଦାୟହେବ । ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!