ସେପ୍ଟେମ୍ବର ମାସ ୧୪ ତାରିଖ ଦିନ ବୃହସ୍ପତି ମକର ରାଶିକୁ ବକ୍ର ଗୋଚର ଫଳରେ କଣ ରହିବ (ଧନୁ , ମକର, କୁମ୍ଭ ଓ ମୀନ) ରାଶି ଉପରେ ଏହାର ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଧନୁ:-ଧନୁରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଦ୍ୱିତୀୟ ସ୍ଥାନରେ ବା ଧନ ଓ କୁଟୁମ୍ବଭାବରେ ସ୍ଥିତ ହେବେ । ଅଷ୍ଟମ ସ୍ଥାନ, ଷଷ୍ଠସ୍ଥାନ ଓ କର୍ମସ୍ଥାନ ଉପରେ ପୂର୍ଣ୍ଣ ଦୃଷ୍ଟି ରଖିବେ । ଯାହାଫଳରେ ନୂତନ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିପାରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ । ଉତ୍ତମ ଆୟର ପଥ ପରିଷ୍କାର କରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୁଟୁମ୍ବଙ୍କ ସହିତ ପୂର୍ବ କଳହ, ଦ୍ୱନ୍ଦ ଝଗଡ଼ା ଝାଣ୍ଟି ଓ ପୈତୃକ ସମ୍ପତ୍ତିକୁ ନେଇ ମାଲିମୋକଦ୍ଦମା କୋର୍ଟ କଚେରୀରେ ଥିବା ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଭାଗିଦାରୀ ବ୍ୟବସାୟ ପ୍ରଗତି ପାଇଁ ଚେଷ୍ଟିତ ହେବେ । ଭ୍ରାତୃବିବାଦ ମେଣ୍ଟିଯିବ । ଧର୍ମରେ ଆସ୍ଥା ବଢ଼ିବ । ଧାର୍ମିକ କର୍ଯ୍ୟ ଯଜ୍ଞାଦି ଅନୁଷ୍ଠାନରେ ମନୋବୃତ୍ତି ନିବେଶ କରି କେତେକାଂଶରେ ବିପଦକୁ ଖଣ୍ଡନ କରିଦେଇ ପାରିବେ । କର୍ମକ୍ଷେତ୍ରରେ ଉନ୍ନତି, ଆଶା କରୁଥିବା କ୍ଷେତ୍ରକୁ ସ୍ଥାନାନ୍ତରଣ ଯୋଗେ ଆନନ୍ଦିତ ହେବେ । ବ୍ୟବସାୟକ୍ଷେତ୍ର ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ । ଶିକ୍ଷାକ୍ଷେତ୍ରରେ ଖେଳକୁଦ ମନୋରଂଜନରେ ଅଧିକ ସମୟ କଟାଇଲେ ମଧ୍ୟ ପରୀକ୍ଷା ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସା ପାଇବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ପ୍ରଭାବଶାଳୀ ବ୍ୟକ୍ତି, ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହ ବନ୍ଧୁତା ସ୍ଥାପନ ହେବ । ସନ୍ତାନ ବିବାହ, ବନ୍ଧୁ ବେଭାର ଆଦିରେ ଅନେକ ଖର୍ଚ୍ଚାନ୍ତ ହେବେ । ଅନ୍ୟକୁ ସାହାଯ୍ୟ କରିବା ପାଇଁ କିଛିଅର୍ଥ ହରେଇ ବସିବେ । ପ୍ରତିକାର- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ । ନତୁବା ସର୍ବଦା ନିଜ ପାଖରେ ହଳଦୀ ରଙ୍ଗର ରୁମାଲଟିଏ ରଖନ୍ତୁ । ୨- ହଳଦୀ ମାଳରେ ପ୍ରତ୍ୟେକଦିନ ନିମ୍ନୋକ୍ତ ମନ୍ତ୍ରକୁ ବିଧି ପୂର୍ବକ ଜପକରନ୍ତୁ – ଓଁ ବୃଂ ବୃହସ୍ପତୟେ ନମଃ ।

ମକର:-ମକରରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ପ୍ରଥମ ବା ଜନ୍ମ ଭାବରେ ପ୍ରବେଶକରି ପଞ୍ଚମସ୍ଥାନ, ସପ୍ତମସ୍ଥାନ ଏବଂ ନବମ ସ୍ଥାନକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହାଫଳରେ ସନ୍ତାନ କ୍ଷେତ୍ରରେ, ଜୀବନସାଥିଙ୍କ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ସନ୍ତାନ ପ୍ରାପ୍ତି, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମି ପ୍ରାପ୍ତି ହେବ । ପୁତ୍ର କନ୍ୟାଙ୍କର ମାଙ୍ଗଳିକ କାର୍ଯ୍ୟ ସୁରୁଖୁରୁରେ କରିପାରିବେ । ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ଅବିବାହିତ ହୋଇଥିଲେ ବିବାହ କାର୍ଯ୍ୟ ସମ୍ପନ୍ନ ହେବ । ଉପଯୁକ୍ତ ଜୀବନସାଥିପାଇ ଅତ୍ୟନ୍ତ ଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟରେ ଅତ୍ୟନ୍ତ ଲାଭାନ୍ନିତ ହୋଇ ସମ୍ପତ୍ତି କ୍ରୟ କରିବେ ।

ବ୍ୟବସାୟିମାନଙ୍କର ଅନେକ ପ୍ରକାର ସୁବିଧା ସୁଯୋଗପାଇ ଆଶାପୂରଣ ହେବାର ରାସ୍ତା ଖୋଲିଯିବ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ଚାଲିବ । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସମ୍ବଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ୍ । କିମ୍ବା ମେଡିକାଲ ସାଇନ୍ସ ଅଧ୍ୟୟନ କରୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନଙ୍କର ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ । ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିୟନ୍ତ୍ରଣ କରିଆଣି ନିଜର ନାମ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ ସୂତାରେ ମହିଳାମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରନ୍ତୁ । ପ୍ରତିଦିନ ଏକମାଳା ଏହିମନ୍ତ୍ର ଜପ କରିବା ଉଚିତ୍‌ । ମନ୍ତ୍ର- ଓଁ ଗ୍ରାଂ ଗ୍ରୀଂ ଗ୍ରୌଂ ସଃ ଗୁରବେ ନମଃ ।

କୁମ୍ଭ:- ରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଦ୍ୱାଦଶ ସ୍ଥାନରେ ପ୍ରବେଶ କରିଛନ୍ତି । ନାଶ ସ୍ଥାନରେ ପ୍ରବେଶ କରି ସୁଖଭାବ, ରୋଗଭାବ, ଏବଂ ନିଧନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ରୋଗ, ଋଣ, ଶତ୍ରୁ ନାସହୋଇ ଆୟୁ ବୃଦ୍ଧି ପାଇବା ସହ ସୁଖସମୃଦ୍ଧି ବୃଦ୍ଧିହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟିକ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ମାନସିକ ସ୍ଥିରତା ଦେଖାଦେବ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।

ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ । ଯେ କୌଣସି ଲଢ଼େଇ ଝଗଡା ଠାରୁ ଦୂରେଇ ରୁହନ୍ତୁ, ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ସମସ୍ତ କାର୍ଯ୍ୟରେ ସତର୍କତା ଜରୁରୀ ଅଟେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ । ପ୍ରତିକାର- ଗୁରୁବାର ଦିନ କଳଦୀଗଛ ମୂଳରେ ଗୁଡପାଣି ଢ଼ାଳନ୍ତୁ । ମାଆବାପା, ଗୁରୁ ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ । ପ୍ରତ୍ୟେକ ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ । ଗୁଡ଼, କଦଳୀ, ବୁଟଡାଲି, ହଳଦୀ କୌଣସି ଏକ ଗୁରୁବାର ଦିନ ମନ୍ଦିରରେ ଦାନ କରି ଦିଅନ୍ତୁ ।

ମୀନ:-ରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଏକାଦଶ ବା ଲାଭଭାବରେ ପ୍ରବେଶ କରି ପରାକ୍ରମଭାବ, ସନ୍ତାନଭାବ, ଦାମ୍ପତ୍ୟ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହା ଫଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୁର ସୁଖ ପ୍ରାପ୍ତି ହେବ । ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ । ଶତୃ ଓ ବିରୋଧୀମାନେ ଦୂରେଇ ଯିବେ । ମାନସିକ ଅଶାନ୍ତି ଦୂର ହେବ । ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ରୋଜଗାର ମିଳିବାର ଉପଯୁକ୍ତ ସୁଯୋଗ ପାଇବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ।

ପ୍ରେମୀକପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେଲେ ଦୃଢୀଭୂତ ହେବ । ଜାଗା, ଜମି, ଗୃହ, ଇଟା, ବାଲି, ସିମେଣ୍ଟ, ଡାଲି, ଚାଉଳ, ଧାନ, ଗହମ ଆଦି ବ୍ୟବସାୟ ଆରମ୍ଭ କରିପାରିବେ । ତେଜରାତି ଦୋକାନ, ହୋଟେଲ, ପନିପରିବା ବା ରବି ଫସଲ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ । ସାହାଯ୍ୟ କରିଥିବା ଲୋକଙ୍କଠାରୁ ସମସ୍ତ ଅର୍ଥ ପ୍ରାପ୍ତି ହୋଇଯିବ । ନୂତନ ବ୍ୟବସାୟଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ । ରାଜନୀତି କ୍ଷେତ୍ରରେ ପ୍ରଶଂସନୀୟ କାର୍ଯ୍ୟ କରି ଲୋକ ସମ୍ପର୍କ ବୃଦ୍ଧି କରିବା ସହ ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ନିଜର ପାରଦର୍ଶିତାକୁ କାର୍ଯ୍ୟରେ ଲଗାଇବା ପାଇଁ ସୁଯୋଗ ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର- ଗୁରୁବାର ଦିନ କଳଦୀଗଛ ମୂଳରେ ଗୁଡପାଣି ଢ଼ାଳନ୍ତୁ । ମାଆବାପା, ଗୁରୁ ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ । ପ୍ରତିକାର- ପ୍ରତିଦିନ କେଶର ମାଳରେ ଏକମାଳା ମନ୍ତ୍ର ଜପ କରିବା ଉଚିତ୍‌ । ମନ୍ତ୍ର- ଓଁ ଗ୍ରାଂ ଗ୍ରୀଂ ଗ୍ରୌଂ ସଃ ଗୁରବେ ନମଃ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!