କନ୍ୟା ରାଶିକୁ ଚଳିଲେ ରବି, କନ୍ୟାରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ ଆସନ୍ତୁ ଜାଣିବା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ବିଚାରବିଭାଗ, ମେଡିକାଲ ଆଦିରେ ଉଚ୍ଚଶିକ୍ଷାରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇ ପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ନୂତନ ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବ୍ୟବସାୟରେ କରଜର ମାତ୍ରା ହ୍ରାସପାଇବା ଫଳରେ ସଫଳତା ଅର୍ଜନ କରିବେ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତି ହୋଇ ପାରେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରିପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗ କରି ପାରନ୍ତି। ଶରୀର ଅସୁସ୍ଥ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ କର୍ମଚାରୀଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ ଓ ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ ଓ ଜବରଦସ୍ତି ନ୍ୟାୟ ମିଳିବ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବା ସହ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ଅନେକ ସମସ୍ୟାର ସମାଧାନ ହୋଇ ସ୍ଵାଭିମାନ ରକ୍ଷା ହେବାଯୋଗେ ମାନସମ୍ମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରୀ ହେବେ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମିକ ଓ ପ୍ରେମିକାମାନେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ମାନସିକ ଏକାଗ୍ରତା ବଜାୟ ରହିବ। ନୂତନକର୍ମ ପ୍ରାପ୍ତିର ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ନୂତନ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ ଓ କାର୍ଯ୍ୟରେ ପ୍ରେରଣା ପାଇ ଉତ୍ସାହ ବୃଦ୍ଧି ହେବ। ନିର୍ମାଣ ଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ଉପରିସ୍ଥଙ୍କ ଅତୁଟ ରଖିବେ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପରସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯିବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେସହକର୍ମୀ ମାନଙ୍କଠାରୁ ସାହାଯ୍ୟ  ସହଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତି ହୋଇ ସୁଖ ଶାନ୍ତି ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ। ନୂତନକର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ। ବ୍ୟବସାୟରେ ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ଭରପୂର ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ ଓ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ଅପଯଶ ପାଇବେ। ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ଜାଗା, ଜମି ଓ ଗୃହସମ୍ବନ୍ଧୀୟ ମାମଲାର ସମାଧାନ ଫଳରେ ଅଧିକ ଲାଭବାନ୍ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର ଓ ନୂତନ ବ୍ୟବସାୟ ଆରମ୍ଭ କରିଲେ ବିଶେଷ ଉପକୃତ ହେବେ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବିଦ୍ୟାରେ ଉନ୍ନତି, ନୂତନ କର୍ମ ପ୍ରାପ୍ତି ଓ ସୁଭ ସମାଚାର ଶୁଣି ଖୁସିହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢ଼ିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ନିଜର ଭୁଲ୍ ଯୋଗୁ ଅଟକି ଯିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରିବେ। କୌଣସି ଗୁପ୍ତ ଯୋଜନା ବା ଷଡ଼ଯନ୍ତ୍ରର ଶୀକାର ହୋଇ ପାରନ୍ତି। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ ଓ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦରେ ସଫଳତା ମିଳିବ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ରାଜନେତା ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ। ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ଉଚ୍ଚାଧିକାରୀ, ସହ କର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ।ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ନିରର୍ଥକ ମନସନ୍ତାପ, ମାନସିକ ଅଶାନ୍ତି, ଉତ୍ତେଜନା, ଡିପ୍ରେସନ, ସ୍ୱାସ୍ଥ୍ୟହାନୀହୋଇପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ।  ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ଛାତ୍ରଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗିବେ। ଜନସେବାରେ ନିଜକୁ ନିୟୋଜିତ କରିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!