କର୍କଟ ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12 ଟି ରାଶି ଉଆପରେ ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୭ / ୦୭ / ୨୦୨୨ ମସିହା ରବିବାରଦିନ ମିଥୁନରାଶିରୁ କର୍କଟରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

ମେଷ:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ଉଚ୍ଚଶିକ୍ଷା ନିମିତ୍ତ ବିଦେଶଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଆକସ୍ମିକ ଭାବରେ କୌଣସି ଅବାଞ୍ଛିତ ସୂତ୍ରରୁ ମୋଟା ଅର୍ଥ ମିଳିଯିବ । କର୍ମଜୀବିନୀମାନେ ଘର ଅପେକ୍ଷା କର୍ମକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ । ବିଦେଶୀ ବା ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ । ଉଚ୍ଚଶିକ୍ଷା ଲାଭକରି ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ । ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ବା କର୍ମ ପାଇଁ ବିଦେଶ ଯାତ୍ରା କରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ । ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବେ । ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା, ଆଇନଜ୍ଞ, ବୈଜ୍ଞ । ନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବିଶେଷ ରୂପରେ ଆପଣଙ୍କ ଭାଗ୍ୟ ଧିରେ ଧିରେ ଉନ୍ନତି ପଥରେ ଅଗ୍ରସର ହେବ । ଶତୃମାନେ ମୁଣ୍ଡ ନୂଆଇଁବେ । ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ । ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ । ବୁଡ଼ିଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତିହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ । ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ । ଦୀର୍ଘଦିନଧରି ଅଧା ହୋଇପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ପୁତ୍ରରତ୍ନ ପ୍ରାପ୍ତି ହେବ । ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ । ଦାମ୍ପତ୍ୟସୁଖରେ ସୁଖୀହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ । ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ । ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ସନ୍ତାନଙ୍କ ପ୍ରତି ସଜାଗ ରହିବା ଉଚିତ । ଅନେକଅର୍ଥ ପାରିବାରିକକ୍ଷେତ୍ରରେ ଆତ୍ମୀୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚହୋଇଯିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ ଓ ଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଗ୍ରହ ଅନୁକୂଳ ହେତୁ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ ଓ ଲୋକ ସମର୍ଥନ ପାଇବେ । ନୂତନ ବ୍ୟବସାୟ ବିସ୍ତାର କରିବାଫଳରେ ଆର୍ଥିକସ୍ଥିତିରେ ଉନ୍ନତିଘଟିବ । ପୂର୍ବଋଣ ପରିଶୋଧ କରିବାପାଇଁ ସାମର୍ଥ୍ୟ ହେବେ । ଅନେକଦିଗରୁ ଧନାଗମ ହେବ । ଆୟପନ୍ଥାର ପରିବର୍ତ୍ତନ ଆସିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାର୍ଯ୍ୟ କରିବେ । ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ବିଦ୍ୟାର୍ଥୀ ମାନଙ୍କର ସମସ୍ତ ଚିନ୍ତାଦୂର ହୋଇ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ । ପରିବାରର ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବ । ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସଲ କରିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟରେ ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ । ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ । ମନୋରଞ୍ଜନ ଓ ହସ-ଖୁସିରେ ଦିନ କାଟିବେ । ରାଜନୀତିରେ ପଦୋନ୍ନତି, ଯଶ-ପ୍ରତିଷ୍ଠା, ମାନ-ସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ଯେକୌଣସି କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ । ପିଲାମାନଙ୍କ ଚାଲି ଚଳନରେ ପରିବର୍ତ୍ତନରେ ପ୍ରସନ୍ନ ରହିବେ । ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ । ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ତ ବାଧାକୁ ଆଡେଇଦେଇ ଆଗକୁ ବଢି ପାରିବେ । ବ୍ୟବସାୟକୁ ପ୍ରସାରିତ କରିବାକୁ ଚାହୁଁଥିଲେ ଆବଶ୍ୟକ ଅର୍ଥ ବନ୍ଧୁମିତ୍ରଙ୍କର ସହଯୋଗ, ବ୍ୟାଙ୍କଋଣ ପ୍ରାପ୍ତିହେବ । କୌଣସି ଏକଅଭିନ୍ନ ମିତ୍ରସହ ଏକ୍ସପୋର୍ଟ, ଇନ୍ପୋର୍ଟ, ହାଣ୍ଡିକ୍ରାଫ୍ଟ, ଫର୍ଣ୍ଣିଚର, ସିଜିନ୍ ବ୍ୟବସାୟରେ ମଧ୍ୟ ଅତ୍ୟନ୍ତ ଲାଭାନ୍ୱିତ ହେବେ । ନୂତନକର୍ମ ବା ପରୀକ୍ଷା, ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷାପାଇଁ ପ୍ରସ୍ତୁତହେବା ଉଚିତ୍ କିମ୍ବା ଡାକ୍ତରୀପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତହେବ । ଉଚ୍ଚଶିକ୍ଷାପାଇଁ ବିଦେଶଯାତ୍ରା କରିବେ । ଭାଗ୍ୟର ପ୍ରବଳତାହେତୁ ସମସ୍ତକାର୍ଯ୍ୟ ପୂର୍ଣ୍ଣହେବ । କର୍ମକ୍ଷେତ୍ରରେ ପଦୋନ୍ନତି ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ, ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁରସମ୍ପର୍କ ସ୍ଥାପନହେବ । ପତି ପତ୍ନୀଙ୍କ କ୍ଷେତ୍ରରେ ଓ ଦାମ୍ପତ୍ୟଜୀବନ ସୁଖମୟହେବ । ପୁତ୍ରରତ୍ନ ପ୍ରାପ୍ତିହେବ ଓ ସନ୍ତାନ ସୁଖ ପ୍ରାପ୍ତି ନତୁବା ତତୁଲ୍ୟ ନୂତନଗୃହ, ନୂତନଯାନ, ନୂତନବ୍ୟବସାୟ, ନୂତନଜାଗା ଜମି ପ୍ରାପ୍ତିହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟୀମାନେ ଯେକୌଣସି ଜାଗାରୁ ଧନଉପାର୍ଜନ କରିପାରିବେ ଓ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମହେବେ । ସଂପତ୍ତି କ୍ରୟକରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ସନ୍ତାନଠାରୁ ସୁଖପ୍ରାପ୍ତି ହେବ । ପୁତ୍ରରତ୍ନ ପ୍ରାପ୍ତି ହେବ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ । ଶତୃମାନେ ତଳମୁହାଁ ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ସମସ୍ତ ସମସ୍ୟା ଧିରେ ଧିରେ ଅପସରି ଯିବ । ବିଶେଷକରି ବିଦ୍ୟାର୍ଥୀ ମାନଙ୍କପାଇଁ ଏହାଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ପ୍ରତିକାର-ଲାଲଚନ୍ଦନର ଟିକା ମସ୍ତକରେ ଲଗାଇବା ଉଚିତ ।

ଧନୁ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପାରିବାରିକ ସମସ୍ୟା, ଗୃହରେ କଳହ, ପତି-ପତ୍ନୀଙ୍କ ମଧ୍ୟରେମତଭେଦ, ବିରୋଧଭାବ ଏବଂ ତିକ୍ତତା ଦୂରେଇ ଯିବ । ନ୍ୟାୟଧୀଶ, ପ୍ରଶାସନିକସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ପାଇଁଚେଷ୍ଟାକଲେ ସଫଳ ହେବେ । ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ରାଜନିତୀକ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଆବଶ୍ୟକତା ଅନୁଭବ କରିବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି କର୍ମଚାରୀମାନଙ୍କ ଉପରେ ନଜର ରଖିପାରିଲେ କ୍ଷୟକ୍ଷତିରୁ ରକ୍ଷାପାଇ ଲାଭବାନ୍ ହେବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ସମ୍ପତ୍ତିବିବାଦ, ଛୋଟଛୋଟ କଥାକୁନେଇ ସମସ୍ୟା ସୃଷ୍ଟିହୋଇ ପାରେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ବ୍ୟବସାୟକ୍ଷେତ୍ରକୁ ସୁସଜ୍ଜିତକରି ପ୍ରଚୁର ଲାଭବାନହେବେ । ନୂଆନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବାଧନ, ଉଧାର ଦେଇଥିବାଟଙ୍କା, ଋଣକରିଥିବାଅର୍ଥ ସହଜରେ ହସ୍ତଗତହେବ । କୋର୍ଟକଚେରୀ, ମାଲିମକଦ୍ଦମାରେ ବିଜୟୀହେବେ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚକରିବାକୁ ପଡ଼ିବ । ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ସଫଳତାସହ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ । ବିଦେଶଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଶୁଭକାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତହେବେ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣଚେଷ୍ଟା କରିବା ଉଚିତ । ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧିହେବ । ଆତ୍ମୀୟମାନେ ଭିତରେ ଚେରକାଟିବେ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ସବୁବେଳେ ଘେରି ବସିବେ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଅନେକ କ୍ଷେତ୍ରରେ ବାରମ୍ବାର ଲାଭର ସୁଯୋଗ ପାଇବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରିବା ଫଳରେ ଆଶାତୀତ ଲାଭପାଇବେ । ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ପଦୋନ୍ନତି ହେବ । କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ । ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ । ବାଣିଜ୍ୟ, ବ୍ୟବସାୟ ନବିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ମଧ୍ୟ ଉପଯୁକ୍ତ ସମୟ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ । ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି । ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷରେ ତେଲ ଦୀପ ଜାଳନ୍ତୁ ।

ମୀନ:-ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଶତ୍ରୁବାଧା ଦୂରେଇ ଯାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଋଣରୁ ମୁକ୍ତି ମିଳିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ ଓ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମଚାରୀମାନେ କର୍ମକ୍ଷେତ୍ରରେ ପଦୋନ୍ନତି ସହ ସୁନାମ ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦପଦବୀରେ ପ୍ରତିଷ୍ଠିତ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ନାନା ବାଟରେ ଧନାଗମ ଘଟିବା ସହ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ପ୍ରେମିକ ପ୍ରେମିକା ମାନେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!