ମିଥୁନ ରାଶିରୁ କର୍କଟ ରାଶିକୁ ରବି ସଂକ୍ରମଣ କରିବା ଫଳରେ 4ଟି ରାଶିର ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୧୭/୭/ ୨୦୨୩ ମସିହା ସୋମବାରଦିନ ମିଥୁନରାଶିରୁ କର୍କଟ ରାଶିକୁ ରବି ସଂକ୍ରମଣ କରିବେ। ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରଫଳ ବିବେଚନା କରିବାକୁ ପଡିଥାଏ। ରବିଗ୍ରହ ଯଦି ଗୋଚରରେ ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଶୁଭଫଳମିଳେ ନାହିଁ। ରବିକର୍କଟରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି ଆପଣ ମାନଙ୍କର, କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ମେଷରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଦିଗରୁ ସାମାନ୍ୟ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ। ସନ୍ତାନ ସନ୍ତତିଙ୍କର ବିଦ୍ୟା ଓ ସ୍ୱାସ୍ଥ୍ୟରେ ଉନ୍ନତି ଫଳରେ ଆନନ୍ଦିତ ହେବେ। ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବା ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପାରିବାରିକ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରସଂଶିତ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:- ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ। ଶରୀର ଭଲ ରହିବାସହ ନୂତନ କର୍ମପ୍ରାପ୍ତି ହୋଇପାରେ। ସନ୍ତାନର ସୁଖବର ଶୁଣି ଖୁସିହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସହକର୍ମୀ ମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ। ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଦୂରଯାତ୍ରା କରି ମନ ଖୁସି ରହିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବ୍ୟବସାୟୀମାନଙ୍କର ନୂତନ ଆୟରସ୍ରୋତ ଖୋଲିଯିବା ଫଳରେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।ଶାରିରୀକ ସୁସ୍ଥତା ଦେଖା ଦେବା ସହ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ।ପରିବାରର କେତେକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-କର୍କଟରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଅନେକ ଦିଗରୁ ଖୁସି ମିଳିବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାମାଜିକ କାମରେ ପ୍ରଶଂସା ମିଳିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀ ହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ଓ ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ତୁଳାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ। ଯାହାଫଳରେ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବା ଫଳରେ କୌଣସି ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ।

ବିଚ୍ଛା:-ବିଚ୍ଛାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଆଚାର ବ୍ୟବହାରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ମକରରାଶି ଜାତଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟା, ବ୍ୟବସାୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘ ଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖି ପାରିବେ।ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଘରୋଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ସରକାରୀ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!