ବୃହସ୍ପତି କୁମ୍ଭ ରାଶିକୁ ଚଳିବା ଫଳରେ କଣ ରହିବ କର୍କଟ ଓ ସିଂହ ରାଶି ଉପରେ ଏହାର ପ୍ରଭାବ ଓ କଣ କରିବେ ପ୍ରତିକାର

ଶେୟାର କରନ୍ତୁ ଅନ୍ୟମାନକ ସହିତ

କର୍କଟ:-କର୍କଟରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଅଷ୍ଟମ ସ୍ଥାନରେ ପ୍ରବେଶ କରି ଦ୍ୱାଦଶଭାବ, ଧନଭାବ ଓ ସୁଖଭାବକୁ ପ୍ରଭାବିତ କରୁଛନ୍ତି । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ୟେଶ୍ୟକୁ ସଫଳ କରିବାରେ ସକ୍ଷମ ହୋଇପାରିବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ଆରମ୍ଭ କରିଥିବା କାର୍ଯ୍ୟ ଅଧା ରହିପାରେ । ପଡ଼ୋଶୀ ଓ କୁଟୁମ୍ବଙ୍କ ସହ କ-ଳି-ଝ-ଗ-ଡା ଲାଗି ରହିବ । ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ । ବର୍ତ୍ତମାନ ସମୟରେ କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ । ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡିବ । ସ୍ୱାସ୍ଥ୍ୟପାଇଁ ବାରମ୍ବାର ଚିନ୍ତିତ ରହିବେ ।

ଖାଦ୍ୟ ଓ ଔଷଧର ପ୍ରତିକ୍ରିୟା ଜନିତ ବିଭିନ୍ନ ରୋଗପ୍ରତି ସତର୍କ ରହିବା ଉଚିତ୍ । ଅଧିକ ମାଛ, ମାଂ-ସ ଆପଣଙ୍କ ପାଇଁ ଅହିତକର ହେବ । ପ୍ରତିକାର- ଗୁରୁବାର ଦିନ ବ୍ରହ୍ମଜଷ୍ଠି ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିୟନ୍ତ୍ରଣ କରିଆଣି ନିଜର ନାମ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ ସୂତାରେ ଗୁଡେଇ ମହିଳାମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରନ୍ତୁ । ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ । ସଙ୍କ୍ରାନ୍ତିରେ ଗୁଡ଼, କଦଳୀ, ବୁଟଡାଲି, ହଳଦୀ, ଲଡୁ, ହଳଦିଆ ବସ୍ତ୍ର ବିଷ୍ଣୁ ମନ୍ଦିରରେ ଦାନ ଦେବେ ।

ସିଂହ:-ସିଂହରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ସପ୍ତମଭାବରେ ପ୍ରବେଶ କରି ଲାଭଭାବ, ପରାକ୍ରମ ଭାବ ଏବଂ ଲଗ୍ନଭାବକୁ ପ୍ରଭାବିତ କରୁଛନ୍ତି । ଏହା ଫଳରେ ଆପଣଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ୱର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ନୂଆ ନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ ।

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମି, ବାହନକ୍ରୟ, ଗୃହ ନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡିବ । ବିଦ୍ୟାର୍ଥୀମାନେ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ, ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ ।

ଅବିବାହିତ ହୋଇଥିଲେ ବିବାହ ସମ୍ପନ୍ନ ହେବ । ମନ ମୁତାବକ ଜୀବନସାଥି ପ୍ରାପ୍ତି ହେବ । ଏହି ସମୟ ଆପଣଙ୍କ ପାଇଁ ଅତ୍ୟନ୍ତ ଶ୍ରେଷ୍ଠ ସମୟ । ଏହାକୁ ସଦୁପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ୍ । ଆପଣ ପ୍ରତିରୋଧ ଶକ୍ତି ବଢ଼ାଇବା ଓ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା ବିଧେୟ । ପ୍ରତିକାର- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ । ନତୁବା ସର୍ବଦା ନିଜ ପାଖରେ ହଳଦୀ ରଙ୍ଗର ରୁମାଲଟିଏ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!