କେତୁ ଚଳିଲେ ତୁଳା ରାଶିକୁ, 12 ଟି ରାଶି ଉପରେ କଣ ପଡିବ ପ୍ରଭାବ, ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୭ । ୦୩ । ୨୦୨୨ ଗୁରୁବାର ପ୍ରାତଃ ୦୬ । ୨୧ । ୩୯ରେ ବକ୍ରୀ ସ୍ପଷ୍ଟ କେତୁ ବିଛାରାଶିରୁ ବିଶାଖା ନକ୍ଷତ୍ର ତୁଳାରାଶିକୁ ଗମନ କରିବା ଫଳରେ କେଉଁ ରାଶିର ଭଲ ହେବ କେଉଁ ରାଶି ମନ୍ଦଫଳ ଭୋଗ କରିବେ, କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପ୍ରଥମେ ଜାଣନ୍ତୁ କେତୁଗ୍ରହଙ୍କ କାରକ ବିଷୟରେ- ଅଜା, ଜେଜେବାପା, ରଙ୍ଗବେରଙ୍ଗପଶୁ, ପକ୍ଷୀ, କୁକୁର, ହରିଣ, ଜାଦୁବିଦ୍ୟା, ଘାରେ ଜୀବାଣୁ, ବୈରାଗ୍ୟ ଏବଂ ମୋକ୍ଷ, ଖନେଇ କଥା କହିବା, ଚିହ୍ନିନପାରିବା, ଅନ୍ତନଳି, ଉନ୍ମାଦ, ଚକ୍ଷୁ, ଶିରାପ୍ରଶିରା, ହାଡରସଶ, ଲମ୍ବାପାଦ, କୁଷ୍ଠରୋଗ, ଆତ୍ମହତ୍ୟା ପ୍ରୟାସୀ, ତୁଛ ଓ କଟୁବଚନ କହିବା, ଧୁସରରଙ୍ଗ, ନିରନ୍ତର ଧୁମ୍ରପାନ କରିବା, ମଦକଦ୍ରବ୍ୟ ସେବନକରିବା, ଚର୍ମରୋଗ ହେବା, ଶରୀରରେଦାଗ ଲାଗିବା, ପତଳାହେବା, ଦୁର୍ଭାବପୂର୍ଣ୍ଣ ଅପରାଧୀ, ନୀଚ୍ଚକର୍ମ କରିବା, ମଧ୍ୟସ୍ଥତା କରିବା, ଅଲୌକିକଶକ୍ତି, ଦର୍ଶନଶାସ୍ତ୍ର, ଆକସ୍ମିକ ମୃତ୍ୟୁ, ଖରାପ ପ୍ରକୃତି, ପୋକରୁ ଜାତ ରୋଗ, ଧର୍ମଶାସ୍ତ୍ର ଜ୍ୟୋତିଷ, ଅନ୍ତିମ ଉଦାର, ଔଷଧ ପ୍ରସ୍ତୁତି କରିବା, କିଛି ମିଶାଇ ଅଶୁଦ୍ଧ କରିବା, ଜେଲଦଣ୍ଡ ଭୋଗ କରିବା, ଚୋଟ ବା ଆଘାତ ପାଇବା, ମୈଥୁନ, ଅପହରଣ, ରକ୍ତ, ବିଷ, କୃମି, ଅଗ୍ନିକାଣ୍ଡ, ହତ୍ୟା, କୃପଣତା, ବିଦେଶରେ ବାସ କରିବା, ପରାନ୍ନଭୋଜି, ଅସ୍ଥିର କର୍ମ ଇତ୍ୟାଦିର କାରକ କେତୁ ହୋଇଥାନ୍ତି ।

ମେଷ:-ସାମାଜିକ କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟାକରି ପାରନ୍ତି । ପ୍ରତିକାର- ଗୋଟାବିରି କିଛି ଅସହାୟାଙ୍କୁ ଦାନ କରନ୍ତୁ ।

ବୃଷ:-ଶୁଭ ସମ୍ବାଦପାଇ ଖୁସିହେବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବା ସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବା ଫଳରେ ଉତ୍ସାହିତ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ଗଛିତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସୁଖ, ସମ୍ପତ୍ତି ଲାଭ ହେବ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ପାରନ୍ତି । ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ ବିକ୍ରୟ ନକରିବା ଉଚିତ୍ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ଆଶା ଆକାଂକ୍ଷା, ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-କର୍ମକ୍ଷେତ୍ରରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସରକାରୀ କାର୍ଯ୍ୟରେ ସଫଳତା ପାଇବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଅଧିକ ଲାଭ ମିଳିବ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ । ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:- ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ । ଶିକ୍ଷାକ୍ଷେତ୍ରରେ ଊତ୍ସାହ ବୃଦ୍ଧି ପାଇବ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ଧନୁ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ ।

ମକର:-ସ୍ଵାସ୍ଥ୍ୟସମସ୍ୟା ଦୂର ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବା ସହ ପରିବାରରେ ମାନ ମନାନ୍ତର ଦୂର ହେବ । ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ପ୍ରତିକାର- ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!