କର୍କଟ ରାଶି କେମିତି କଟିବ 2021 ମସିହା, କେମିତି କରିବେ ଅଶୁଭ ଗ୍ରହଙ୍କ ପ୍ରତିକାର- ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା ଇଂରାଜୀ ନବବର୍ଷ କେମିତି କଟିବ ବାରୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା । ଧନୁରେ ରବି, ବୁଧ, କର୍କଟରେ ଚନ୍ଦ୍ର, ମେଷରେ ମଙ୍ଗଳ, ମକରରେ ଗୁରୁ, ଶନି, ବିଛାରେ ଶୁକ୍ର, କେତୁ, ବୃଷରେ ରାହୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଗୁରୁ ୨୦୨୧ମସିହା ଏପ୍ରିଲମାସ ୬ ତାରିଖରେ କୁମ୍ଭ ରାଶିକୁ ଗମନ କରିବେ। ସେପ୍ଟମ୍ବର ମାସ ୧୪ତାରିଖରେ ମକର ରାଶିକୁ ବକ୍ରୀ ହେବେ। ନଭେମ୍ବର ମାସ ୨୧ ତାରିଖରେ ପୁନରାୟ କୁମ୍ଭ ରାଶିକୁ ଗମନ କରି ୨୦୨୨ ମସିହା ଏପ୍ରିଲ ମାସ ୧୩ତାରିଖ ପର୍ଯ୍ୟନ୍ତ କୁମ୍ଭ ରାଶିରେ ରହିବେ। ୨୦୨୧ ମସିହାରେ ଶନି ମକର ରାଶିରେ, ରାହୁ ବୃଷ ରାଶିରେ ଓ କେତୁ ବିଛା ରାଶିରେ ଅବସ୍ଥାନ କରିବେ।

କର୍କଟ:-

୨୦୨୧ ମସିହା ଇଂରାଜୀ ନବବର୍ଷ ଆରମ୍ଭରେ କର୍କଟ ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ରବି, ବୁଧ ଷଷ୍ଠ ଭାବରେ, ମଙ୍ଗଳ ଦଶମ ଭାବରେ, ଗୁରୁ, ଶନି ସପ୍ତମ ଭାବରେ, ଶୁକ୍ର, କେତୁ ପଞ୍ଚମ ଭାବରେ ଓ ରାହୁ ଏକାଦଶ ଭାବରେ ଅବସ୍ଥାନ କରୁଛନ୍ତି। ଯାହା ଫଳରେ ରବି, ଚନ୍ଦ୍ର, ମଙ୍ଗଳ, ବୁଧ, ଗୁରୁ, ଶୁକ୍ର, ରାହୁ ଶୁଭଫଳ ପ୍ରଦାନ କରିବେ। ଅନ୍ୟ ଗ୍ରହମାନେ ଅଶୁଭଫଳ ପ୍ରଦାନ କରୁଥିବାରୁ ପ୍ରତିକାର କରିବା ଦ୍ଵାରା କେତେକାଂଶରେ ଶୁଭଫଳ ପାଇ ପାରିବେ। ବିଶେଷତଃ ମହାଦଶା ଅନ୍ତର୍ଦ୍ଦଶା ଶୁଭଥିଲେ ଗୋଚର ଗ୍ରହମାନଙ୍କର ପ୍ରଭାବ ସେତେଟା ପଡିବ ନାହିଁ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ଆକସ୍ମିକ ଧନ ପ୍ରାପ୍ତି ହେବ।

ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାର ବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବ ଓ ଉଚ୍ଚ ପ୍ରଶଂସା ଲାଭ କରିବେ।

ଉଚ୍ଚଶିକ୍ଷା ଲାଭକରି ଥିଲେ ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ।

ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ଜନ୍ମସ୍ଥାନ ଓ ଜନ୍ମ ସ୍ଥାନ ଠାରୁ ଦୂରରେ ଉଭୟ ପରିସ୍ଥିତିରେ ଭଲ ଲାଭ ପାଇବେ। ପୂର୍ବରୁ କରିଥିବା ଯୋଜନାକୁ ପୂରଣ କରିବାକୁ ସୁଯୋଗ ପାଇବେ। ରାହୁ ଉଚରେ ଥିବାରୁ ଗୃହକୁ ବିସ୍ତାର କରିପାରିବେ। ପୁନର୍ନିର୍ମାଣ କାର୍ଯ୍ୟ ଆରମ୍ଭ କରିପାରିବେ। ନୂତନ ଯାନ ପ୍ରାପ୍ତି ହୋଇପାରେ। କର୍ମ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ହୋଇପାରେ। ତେଣୁ ଶନିଙ୍କ ପୂଜା କରିବା ଉଚିତ୍। ଶ୍ରୀ ହନୁମାନଙ୍କୁ ପୂଜା କଲେ ଲାଭଦାୟକ ହେବ। ତୁମେ ମଧ୍ୟମା ଆଙ୍ଗୁଠିରେ ଘୋଡା ନାଲରେ ତିଆରି ମୁଦି ପିନ୍ଧିପାରିବେ।

ଅଶୁଭ ଗ୍ରହମାନଙ୍କ ପାଇଁ ପ୍ରତିକାର କରିଚାଲିଲେ କୌଣସି ବିପଦ ପାଖ ମାଡିବନି। ୧- ପ୍ରାଣପ୍ରତିଷ୍ଠିତ ସମ୍ପୂର୍ଣ୍ଣ ନବଗ୍ରହ ମହାଯନ୍ତ୍ର ପୂଜା କରିବା ସହ ନିମ୍ନ ବୀଜମନ୍ତ୍ରକୁ ପ୍ରତିଦିନ ୧ ମାଳା ଜପ କରନ୍ତୁ ଔଁ ଶ୍ରାଂ ଶ୍ରୀଂ ଶ୍ରୌଂ ସଃ ଚନ୍ଦ୍ରମାୟ ନମଃ। ୨- ମାସକୁ ଥରେ ସୋମବାର ଦିନ ଅରୁଆଚାଉଳ, ଧଳାଚନ୍ଦନ, ଧଳାଫୁଲ, ଚିନି ଓ ଦହି ମନ୍ଦିରରେ ଦାନ କରିବା ଉଚିତ୍। ୩- ପ୍ରଥମ ମାସରେ ଲୁହା, ବିରିଡାଲି, କୋଳଥ ଡାଲି, ରାଶିତେଲ, କଳାବସ୍ତ୍ର, କଳାଫୁଲ ଓ ମଇଁଷିକ୍ଷୀର ଶନିବାର ଦିନ ଅସହାୟଙ୍କୁ ଦାନ କରିଦିଅନ୍ତୁ।

ଆଶା କରୁଛୁ ଆପଣଙ୍କୁ ଆମର ଏହି ଲେଖା ପସନ୍ଦ ଆସୁଥିବ, ଏହିଭଳି ଅନେକ ଜ୍ୟୋତିଷ ସମ୍ବନ୍ଧୀୟ ଖବର ପାଇଁ ଆମ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!