କେତୁ ଉତ୍ତରାଷାଢା ନକ୍ଷତ୍ର ଧନୁ ରାଶିକୁ ଚଳନ ହେବା ଫଳରେ ବାରୋଟି ରାଶିର ବ୍ୟକ୍ତି ବିଶେଷଙ୍କର କେମିତି କଟିବ ୧୮ମାସ? ଜାଣନ୍ତୁ ଶୁଭାଶୁଭ ଫଳ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ-

କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବିଦେଶ ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ।

ମିଥୁନ-

ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଓ ଯାତ୍ରାରେ କଷ୍ଟସହି ଲାଭବାନ ହେବେ। କର୍ମ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ।

କର୍କଟ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ଅଚାନକ ଧନ ପ୍ରାପ୍ତି ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ।

ସିଂହ-

କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଆୟ ବୃଦ୍ଧି ହେବ ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ।

କନ୍ୟା-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ ବିକ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ପରିବାରରେ କଳହ ମେଣ୍ଟିଯିବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ପାରେ। ଇଛା ନ ଥିଲେ ମଧ୍ୟ କେତେକ ଭୁଲ୍ କର୍ମ କରିବାକୁ ବାଧ୍ୟ ହେବେ।

ତୁଳା-

ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ବିଦେଶ ଯାତ୍ରା ବା ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆଶା କରିଥିବା କାର୍ଯ୍ୟ ସହଜରେ ପୂରଣ ହେବ। ଶୁଭ ସମାଚାର ପାଇ ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ।

ବିଛା:-

ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ନିଜଲୋକମାନେ ଶତ୍ରୁତା ଆଚରଣ କରି ପାରନ୍ତି। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବା ଉଚିତ୍।

ଧନୁ:-

ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି। ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ତିକ୍ତତା ଦେଖାଦେଇ ପାରେ।

ମକର:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଆପ୍ରାଣ ଚେଷ୍ଟା କରିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ।

କୁମ୍ଭ:-

ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ।

ମୀନ:-

ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ଯଶମାନ ବୃଦ୍ଧିହେବ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!