କୁମ୍ଭରାଶିକୁ ରବିଙ୍କ ସଂକ୍ରମଣ ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ କଣ ଶୁଭାଶୁଭ ଫଳ ଭୋଗକରିବେ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ। ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ। ରବି ମହାଗ୍ରହ ଫେବୃଆରୀ ୧୩ ତାରିଖରେ ମକର ରାଶିରୁ କୁମ୍ଭ ରାଶିକୁ ଗମନ କରି ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଅବସ୍ଥାନ କରିଛନ୍ତି । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି। ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ପିତାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି। ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଏକାଦଶ ଭାବରେ ଅବସ୍ଥାନ କରିବେ। ଏହା ଆୟସ୍ଥାନ ହୋଇଥିବାରୁ ମେଷ ରାଶି ବ୍ୟକ୍ତିଙ୍କର ଆୟ ପ୍ରଚୁର ହେବା ଫଳରେ ବ୍ୟୟର ପରିମାଣ କମ୍‌ ଥିବାରୁ ପୁରୁଣା କରଜ ସୁଝି ପାରିବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଦଶମ ଭାବରେ ଅବସ୍ଥାନ କରିବେ। ଏହା କାର୍ଯ୍ୟ ଓ ଅଜୀବିକା ସ୍ଥାନ ହୋଇଥିବାରୁ କ୍ୟାରିଅରରେ ପରିବର୍ତ୍ତନ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଯଦି ବିଦେଶ ଯିବାକୁ ଚାହୁଁଥାନ୍ତି ତେବେ ଆଶା ଅଭିଳାଷ ପୂରଣ ହୋଇ ପାରିବ। ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କର ପ୍ରିୟପାତ୍ର ହୋଇ ପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ନବମ ଭାବରେ ଅବସ୍ଥାନ କରିବେ। ଏହା ଭାଗ୍ୟସ୍ଥାନ ହୋଇଥିବାରୁ ସବୁକାର୍ଯ୍ୟରେ ସଫଳତା ପାଇବେ। ନୂତନ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ ଓ କାର୍ଯ୍ୟରେ ପ୍ରେରଣା ପାଇ ଉତ୍ସାହ ବୃଦ୍ଧି ହେବ।ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଦ୍ଵାରା କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧି ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମସଂଧାନୀ ମାନେ ନୂତନ କର୍ମ ନିଯୁକ୍ତି ପାଇ ଖୁସି ହେବେ। ମାଲିମୋକଦ୍ଦମାରେ ଆଶାବାଦୀ ହେବେ।  ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯିବା ଫଳରେ ନିର୍ମାଣ ଧୀନ କାର୍ଯ୍ୟ ସମ୍ପନ୍ନ ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧିହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇ ଯିବ। ପ୍ରେମୀ ପ୍ରେମିକା ମାନଙ୍କ ସମୟ ଭଲ ରହିବ। ଭୂମି, ସମ୍ପତ୍ତି ସମ୍ବନ୍ଧିୟ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ କେତେକ କ୍ଷେତ୍ରରେ ଅଶୁଭ ଫଳ ଭୋଗ କରି ପାରନ୍ତି। କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ରାଜନେତା ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ।   କୋର୍ଟକଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତା ବରଣ ସୃଷ୍ଟି ହେବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ମାନସିକ, ଶାରୀରିକ କଷ୍ଟର ସାମ୍ନା କରିବାକୁ ପଡିବ। ଦାମ୍ପତ୍ୟ ଜୀବନରେ ଦୁଃଖ ଦେଖାଦେଇ ପାରେ। ନିଜର ଆଚାର ବ୍ୟବହାର ଓ ଭାଷା ପ୍ରତି ସଂଯମତା ନ ରଖିଲେ ବିପଦରେ ପଡିବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ଅବସ୍ଥାନ କରିବେ। ସପ୍ତମ ଭାବରୁ  ବ୍ୟବସାୟ, ବୈବାହିକ ଜୀବନ, ସୁଖସମୃଦ୍ଧିର ବିଚାର କରାଯାଏ। ଯାହାଫଳରେ ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ ବ୍ୟବସାୟର ଯୋଜନା କରିବେ। ଭାଗୀଦାର ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧିହେବ। ବିବାହ କ୍ଷେତ୍ରରେ ଅସୁବିଧା ଦୂର ହୋଇ ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇପାରେ। ପତି ପତ୍ନିଙ୍କ ପ୍ରେମ ସମ୍ବନ୍ଧ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗି ପାରନ୍ତି। ରାଜନେତାମାନେ ଜନସେବାରେ ନିଜକୁ ନିୟୋଜିତ କରିବେ କିନ୍ତୁ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଷଷ୍ଠ ଭାବରେ ପ୍ରବେଶ କରିବେ। ଏହାର ପ୍ରଭାବରେ ଯେଉଁ ମାନେ ଥଣ୍ଡା, ଜ୍ୱର, ଆଜ୍ମା, ଡାଇବେଟିସ୍‌ ଓ ମାନସିକ ରୋଗରେ ପୀଡିତ ଅଛନ୍ତି ସେମାନଙ୍କର ପୁରୁଣା ରୋଗ ଦୂର ହୋଇଯିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ମାନସିକ ଚିନ୍ତାରୁ ମୁକ୍ତି ମିଳିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟରେ ନୂଆ ଯୋଜନାଦ୍ୱାରା ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ପରିବାର ଜନଙ୍କ ସହିତ କୌଣସି ମନୋରଂଜନ ଯାତ୍ରାରେ ଯୋଗ ଦେବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ପୂର୍ବରୁ ଅଟକିଥିବା କାର୍ଯ୍ୟକୁ ଶୀଘ୍ର ପୂରଣ କରି ପାରିବେ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ  ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ପାରିବାରିକ ଜୀବନ ଓ ସନ୍ତାନଙ୍କ ପାଇଁ ଉନ୍ନତି ହେବ। ଭାଇ ଓ ବନ୍ଧୁଙ୍କ ସହିତ ଲାଗି ରହିଥିବା ମତାନ୍ତର ମନାନ୍ତର ଦୂର ହେବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବାଦବିବାଦ ଓ ମାଲି ମକଦ୍ଦମାର ସମାଧାନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ଅବସ୍ଥାନ କରିବେ। ଏହା ସୁଖ, ବିଦ୍ୟା, ଗୃହ ଓ ମାତୃସ୍ଥାନ ହୋଇ ଥିବାରୁ ଆୟରେ ବୃଦ୍ଧି ହେବ, ସୁଖ, ସମ୍ପତ୍ତି ପ୍ରାପ୍ତ ହେବ। ମାନସିକ ଓ ଶାରୀରିକ ରୂପରେ ମଜବୁତ୍‌ ରହିବ। ରାଜନୀତିରେ କଠିନରୁ କଠିନ ପରିଶ୍ରମ କରି ଲଢ଼ିବାର ସାହାସ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବା ସହ  କର୍ମକ୍ଷେତ୍ରରେ ପଦୋନ୍ନତି, ବେତନବୃଦ୍ଧି ଓ ମାନସିକ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାରରେ ବିସ୍ତାର ପାଇଁ କରଜ କରିବାକୁ ପଡିବ କିନ୍ତୁ ଠିକ୍‌ ସମୟରେ ଏହି କରଜ ସୁଝିପାରିବେ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ।ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କୋର୍ଟକଚେରୀ ମାମଲା ଓ ବାଦବିବାଦରୁ ଦୂରେଇ ରହିବା ପାଇଁ ପ୍ରୟାସ କରନ୍ତୁ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଆର୍ଥିକ କ୍ଷେତ୍ରରେ ଭାଇ ଭଉଣୀ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ। ପାରିବାରିକ କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପାଇବେ। ଯୋଜନା କରିଥିବା କାର୍ଯ୍ୟରେ ସଫଳ ହେବେ। ପ୍ରେମ ସମ୍ବନ୍ଧରେ ସାବଧାନ ରହିବା ଜରୁରୀ। ଅଯଥା ଯୁକ୍ତିତର୍କ କରିଲେ ପ୍ରେମ ସମ୍ବନ୍ଧରେ ସମସ୍ୟା ଦେଖାଯିବ। ଚାକିରୀ କ୍ଷେତ୍ରରେ ଯେଉଁମାନେ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତାହା ମଧ୍ୟ କରି ପାରିବେ। ସନ୍ତାନଙ୍କ ତରଫରୁ ଶୁଭସମାଚାର ପ୍ରାପ୍ତ ହେବ। ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ ଓ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ଦ୍ୱିତୀୟ ଭାବରେ ଅବସ୍ଥାନ କରିବେ। ଧନସ୍ଥାନ ହୋଇ ଥିବାରୁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବେ। ଧନ ସମ୍ବନ୍ଧିୟ ସମସ୍ତ କାର୍ଯ୍ୟ ପୂରଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଆର୍ଥିକ କ୍ଷେତ୍ରରେ ସଫଳ ହୋଇ ନୂତନ ବ୍ୟବସାୟର ସୁଯୋଗ ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ ଓ ମାନସମ୍ମାନ, ପଦପ୍ରତିଷ୍ଠା ପ୍ରାପ୍ତ ହେବ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। ଯୋଗ, ଆଧ୍ୟାତ୍ମରେ କ୍ୟାରିଅର୍‌ ସଜାଡିବାର ବାଟ ଦେଖାଯିବ।  ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ।  କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦରେ ସଫଳତା ମିଳିବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କିନ୍ତୁ ଧ୍ୟାନ ରଖିବାକୁ ହେବ ଯେ ଅତ୍ୟଧିକ ଘମଣ୍ଡି ଦେଖାଇଲେ ସବୁ କାର୍ଯ୍ୟରେ ଘାତକ ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଶାରୀରିକ ରୂପରେ ମଜବୁତ୍‌ ହେବ। ଚକ୍ଷୁ ଓ ମସ୍ତିଷ୍କ ସମ୍ବନ୍ଧିୟ ରୋଗରୁ ମୁକ୍ତି ମିଳିବ। ନିଜର ବ୍ୟବହାରକୁଶଳ ଓ କଥାବାର୍ତ୍ତା ଦ୍ୱାରା ଅନ୍ୟକୁ ପ୍ରଭାବିତ କରିବାରେ ସଫଳ ହେବେ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେସହକର୍ମୀ ମାନଙ୍କଠାରୁ ସାହାଯ୍ୟ  ସହଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତି ହୋଇ ସୁଖ ଶାନ୍ତି ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ। ନୂତନକର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ। ବ୍ୟବସାୟରେ ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ଭରପୂର ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ ଓ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ରାଜନୀତି କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ଅପଯଶ ପାଇବେ। ପିତାଙ୍କ ଶରୀର ପ୍ରତି ସଜାଗ ରହିବା ଜରୁରୀ ଅଟେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ରାଶିଜାତ ବ୍ୟକ୍ତିଙ୍କର ରବି ମହାଗ୍ରହ ଗୋଚରରେ ଦ୍ୱାଦଶ ଭାବରେ ଅବସ୍ଥାନ କରିବେ। ତେଣୁ ଯାହା ଫଳରେ ଖର୍ଚ୍ଚବୃଦ୍ଧି ହେବ, କିନ୍ତୁ ଏହା ପରିବାରରେ ଜରୁରୀକାଳିନ କ୍ଷେତ୍ରରେ କିଛିଅର୍ଥ ବ୍ୟୟ କରିବାକୁ ପଡିବ। ଜଣେ ଅତି ପ୍ରିୟ ମିତ୍ରଙ୍କ ଠାରୁ ସହଯୋଗ ସାହାଯ୍ୟ ପାଇ ଯୋଜନା କରିଥିବା କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଟଙ୍କା ପଇସା ଉଧାର ଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। କଥା ବାର୍ତ୍ତା ବା ନିଜର ବଚନ ଓ କ୍ରୋଧକୁ ନିୟନ୍ତ୍ରଣ କରିବାକୁ ହେବ, ନଚେତ୍‌ କ୍ଷତିରେ ପଡିପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ।ଏହି ସମୟରେ କୌଣସି ଯାନବାହନ ବା ସମ୍ପତ୍ତି କ୍ରୟ କରନ୍ତୁ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!