ନଭେମ୍ବର 29 ରୁ ଡିସେମ୍ବର 5 ତାରିଖ ସାପ୍ତାହିକ ରାଶିଫଳ, ଏହି 5 ଟି ରାଶିର ମହାଲକ୍ଷ୍ମୀଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ପୁରାତନ ରୋଗରୁ ମୁକ୍ତି ମିଳି ଶରୀର ସୁସ୍ଥ ରହିବ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସଫଳତା ଅର୍ଜନ କରିବେ । ରାଜନୀତିରେ ଉନ୍ନତି ହେବ । ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ନୂତନପନ୍ଥା ଅନୁସରଣ କଲେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବା ଫଳରେ କରଜରମାତ୍ରା ହ୍ରାସ ପାଇବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ଆସି ବିବାହ କରିବାର ସୁଯୋଗ ପାଇବେ । ରାଜନୀତିରେ ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଦୂରଯାତ୍ରାର ସୁଯୋଗ ପାଇ ମାନସମ୍ମାନ ବୃଦ୍ଧିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସୁଖ, ସମ୍ପତ୍ତି ଓ ସାହାଯ୍ୟ ପ୍ରାପ୍ତି ହେବ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଶ୍ରମିକ, କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ସୁଖ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବର୍ତ୍ତନଶୀଳ ଭାଗ୍ୟ ନେଇ ଜୀବନ ଶୈଳୀ ଗଢିବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଆୟରସ୍ରୋତ ବୃଦ୍ଧିହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ନୂତନ ଗୃହ, ନୂତନ ଯାନ, ନୂତନ ଜାଗା ଜମିପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ । ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ । ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାର୍ଯ୍ୟରେ ସଫଳତା ପାଇବେ । ଜୀବନସ୍ତର ବା କ୍ୟାରିୟର ପରିବର୍ତ୍ତନର ଉଦ୍ୟମ କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନ ସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ସମାଚାର ମିଳିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ । ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ । ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ । ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ । ପରାକ୍ରମ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଧନଲାଭ କରିବାର ସୁଯୋଗ ପାଇବେ । ସମସ୍ତ ସମସ୍ୟା ଅପସରି ଯାଇ ମାଲିମକଦ୍ଦମାରେ ବିଜୟଲାଭ ହେବା ସହ ଶତୃ ମାନେ ତଳମୁହାଁ ହେବେ । ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗା ଯୋଗ କରି ପାରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!