ମଙ୍ଗଳ ବକ୍ରୀ ହୋଇ ବୃଷ ରାଶିରେ 2023 ମସିହା ମାର୍ଚ୍ଚ ମାସ ପର୍ଯ୍ୟନ୍ତ ରହିବା ଫଳରେ କଣ ରହିବ 12ଟି ରାଶି ଉପରେ ପ୍ରଭାବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା ନଭେମ୍ବର ୧୩ତାରିଖରେ ମଙ୍ଗଳ ବକ୍ରୀହୋଇ ବୃଷରାଶିରେ ୨୦୨୩ ମସିହା ମାର୍ଚ୍ଚମାସ ପର୍ଯ୍ୟନ୍ତ ରହିବା ଫଳରେ କେଉଁରାଶିପାଇଁ ଶୁଭ ଓ କେଉଁରାଶିପାଇଁ ଅଶୁଭ ଫଳ ପ୍ରଦାନ କରିବେ ଆସନ୍ତୁ ଜାଣିବା । ବିଶେଷତଃ ଏହି ଚାରୋଟି ରାଶିର ମନବାଞ୍ଛା ପୂର୍ଣ୍ଣ ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଭୂମିକାରକ, ଯୌନସୁଖ କାରକ, ପୋଲିସ ବିଭାଗ, ଇଲେକ୍ଟ୍ରି ବିଭାଗ, ଚିକିତ୍ସା ବିଭାଗର ଏପରି ବ୍ୟକ୍ତି ବୁଦ୍ଧିମାନ, ଚାଲାକ, ସାହସୀ, କର୍ମଠ, ବିଚାରବାନ ଓ ଖେଳ କସରତରେ ପ୍ରତିଭାବାନ ଅଟନ୍ତି । ଯୌବନ ସ୍ଥିର ରଖିପାରନ୍ତି । ଏମାନଙ୍କର ଅବଗୁଣ ଭିତରେ ଅସ୍ଥିରଚିତ୍ତ, ଧୌର୍ଯ୍ୟହୀନ, ଅଭିମାନୀ, ଅବିଶ୍ୱାସୀ, କ୍ରୋଧୀ ଏବଂ ସ୍ୱାର୍ଥଲାଳସା ରହିଥାଏ । ମଙ୍ଗଳଙ୍କ ରୋଗ- ମଙ୍ଗଳ ଅଗ୍ନିତତ୍ୱ ହୋଇଥିବାରୁ ଗରମଯୁକ୍ତ ରୋଗ, ଭିନ୍ନ ଭିନ୍ନ ଜ୍ୱର, ବଥ, କୁଣ୍ଡେଇ ହେବା ଆଦି ମଙ୍ଗଳଙ୍କ ଅଧିକାର ହୋଇଥାଏ । ଚେହେରାରେ ମଧ୍ୟ ଅଧିକାର ହୋଇଥିବାରୁ ବ୍ରଣ, ମସ୍ତିଷ୍କ ରୋଗ ଯେପରି କି ପାଗଳ ଓ ମୁଣ୍ଡରେ ରକ୍ତବିକାର ହେବାର ପ୍ରଭାବ ପଡିଥାଏ । ଗୁପ୍ତରୋଗ, ଭଗନ୍ଦର, ପିସ୍ତୁଳା, ଯୌନରୋଗ, ରକ୍ତପ୍ରଦର, ହାର୍ନିଆ ଆଦି ମଙ୍ଗଳଙ୍କ ପ୍ରଭାବରେ ହୋଇଥାଏ । ସ୍ନାୟୁ ଉପରେ ମଙ୍ଗଳଙ୍କ ଅଧିକାର ଥିବାରୁ ସ୍ନାୟୁରୋଗ, ପୋଲିଓ, ବାତ୍ତଆଦି ହୋଇଥାଏ । ଦୁଃଖ ଦେବା ଗ୍ରହ ଥିଲେ କଷ୍ଟ ବେଦନା ଆଦି ଯେପରି କି ଅର୍ସ, ପେଟରୋଗ, ବିଷପ୍ରୟୋଗ, ବିଷଯୁକ୍ତ ଉତ୍ପନ୍ନ ହେଉଥିବା ରୋଗରେ ମଙ୍ଗଳଙ୍କ ଅଧିକାର ହୋଇଥାଏ ।

ମେଷ:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀ ହେବାର ବିଶେଷ ସମ୍ଭାବନା ଅଛି । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଆର୍ଥିକ ଉନ୍ନତି ଯୋଗୁ ଗୃହର ବାତାବରଣ ଶାନ୍ତ ରହିବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନା ପ୍ରସ୍ତୁତ କରି ପାରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ଅଯଥା ଧନଖର୍ଚ୍ଚ ହୋଇଯିବା ଫଳରେ ବିରକ୍ତି ସ୍ୱଭାବ ପ୍ରକାଶ ପାଇପାରେ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଆଶାତୀତ ଲାଭବାନ ହେବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ପ୍ରତିଭାକୁ ବୃଦ୍ଧି କରିବାକୁ ଚେଷ୍ଟା କରି ଆଗକୁ ବଢିବାକୁ ସୁଯୋଗ ପାଇବେ । ଯଥେଷ୍ଟ ଭାବପ୍ରବଣ ଏବଂ ସମ୍ବେଦନଶୀଳ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ବାର୍ତ୍ତାଳାପ ସମୟରେ ଯତ୍ନର ସହିତ ଶବ୍ଦ ବାଛନ୍ତୁ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ନତୁବା ଉଦରପୀଡ଼ା, ରକ୍ତଚାପ ରୋଗବୃଦ୍ଧି ହୋଇପାରେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଶାରୀରିକ ପୀଡ଼ା, ମନର ଦୁଶ୍ଚିନ୍ତା ଦୂରେଇ ଯିବ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଋଣପ୍ରାପ୍ତି, କର୍ମତତ୍ପର, ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । କୃଷିଜିବୀମାନେ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ, ଏହାକୁ ଭଲ ଭାବରେ ବିଚାର କରନ୍ତୁ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ଉଚ୍ଚ ଆଶା ସଫଳହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ଲଭମେଟ ବିଷୟରେ ଆପଣ କିଛି ଜିନିଷ ଖରାପ ପାଇପାରନ୍ତି । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବିଦ୍ୟାର୍ଥିମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ପ୍ରତିକାର- ପ୍ରତ୍ୟେକଦିନ ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ ସମ୍ବାଦ ପାଇ ଖୁସିହେବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ନୂଆ ନୂଆ ଉପାୟ ଚିନ୍ତା କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କେତେକ କ୍ଷେତ୍ରରେ ଭଲ କାମକରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ଅକ୍ଷୂର୍ଣ୍ଣ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ ପାଇବେ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ସକଳ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!