୨୭ ଅଗଷ୍ଟରୁ ମଙ୍ଗଳ ମକର ରାଶିରେ ମାର୍ଗୀ ହେବା ଦ୍ଵାରା ଏହି ୪ ଟି ରାଶିକୁ ଦେବେ ଅତ୍ୟନ୍ତ ଶୁଭ ଫଳ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୭ ଅଗଷ୍ଟରୁ ମଙ୍ଗଳ ମକର ରାଶିରେ ମାର୍ଗୀ ହେବା ଦ୍ଵାରା ଏହି ୪ଟି ରାଶିକୁ ଦେବେ ଅତ୍ୟନ୍ତ ଶୁଭ ଫଳ।

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ କୃର ଗ୍ରହ ବୋଲି କୁହାଯାଏ, କିନ୍ତୁ ଯେଉଁ ବ୍ୟକ୍ତିଙ୍କ କୁଣ୍ଡଳୀରେ ଏହା ଭଲ ଭାବରେ ଥାଆନ୍ତି ସେହି ବ୍ୟକ୍ତିକୁ ବହୁତ ଶୁଭ ଫଳ ଦେଇଥାନ୍ତି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଗଷ୍ଟ ୨୭ ତାରିଖ ସୋମବାର ଦିନ ମକର ରାଶିରେ ମଙ୍ଗଳ ମାର୍ଗୀ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ନିଜର ଉଚ୍ଚ ରାଶିରେ ରହୁଥିବାରୁ ସମସ୍ତ ୧୨ଟି ରାଶି ଉପରେ ଏହାର କିଛି ନା କିଛି ପ୍ରଭାବ ଦେଖାଦେବ। କିନ୍ତୁ ଏହି ୪ ଟି ରାଶି ପାଇଁ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବେ।

ଜାଣନ୍ତୁ ଏହି ୪ ଟି ରାଶି ସମ୍ବନ୍ଧରେ –

ମେଷ –

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ବାବେ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ।

କନ୍ୟା –

ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ । ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ।

ବିଛା:-

ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ।

ମୀନ:–

କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!