ମାର୍ଚ୍ଚ 06 ତାରିଖରୁ ମାର୍ଚ୍ଚ 12 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତି ପତ୍ର ହେବ। କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ବ୍ୟବସାୟରେ ଉନ୍ନତି ସହ ଆଶାନୁରୂପ ଲାଭ କରିବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇ ଆନନ୍ଦିତ ହେବେ।ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ଅପସରି ଯିବ। ମାଲିମକଦ୍ଦମାରେ ବିଜୟଲାଭ ହେବ। ଶତୃମାନେ ତଳମୁହାଁ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି। ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସୁବର୍ଣ୍ଣ ସୁଯୋଗ ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରି ପାରନ୍ତି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ବ୍ୟବସାୟୀ ମାନଙ୍କର କାରବାର ବଢିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ୍ ହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଶାରିରୀକ ସୁସ୍ଥତା ଦେଖା ଦେବ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇ ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ସନ୍ତାନଙ୍କର ଶିକ୍ଷାରେ ଦେଖାଦେଉଥିବା ପ୍ରତିବନ୍ଧକ ଦୂର ହେବ। କର୍ମଚାରୀମାନେ କଠିନ ପରିଶ୍ରମ କରି କାର୍ଯ୍ୟ କଲେ ତଳ ମହଲରୁ ଆଶାତୀତ ଲାଭ ପାଇବା ସହ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବା ସହ ପରିଶ୍ରମ, ମେହନତର ପରିଣାମ ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେଏକାଧିକ କାମରେ ହାତ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ଆଶା ମୁତାବକ ଫଳ ପାଇ ସଫଳତା ଅର୍ଜନ କରିବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ନିରାଶା ଭାବ ଦୂର ହୋଇ ସ୍ଥିତି ସାମାନ୍ୟ ବଦଳିଯିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିଲେ ସମସ୍ତ ପରୀକ୍ଷାରେ ସଫଳତା ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପ୍ରଭାବ ଓ ପ୍ରାଧାନ୍ୟ ବୃଦ୍ଧି ପାଇବ। ବିଶେଷକରି ଇଞ୍ଜିନିୟରିଂ କ୍ଷେତ୍ରରେ ଜଡିତ ଥିବା ବ୍ୟକ୍ତିମାନେ ଚାକିରୀରେ ପଦୋନ୍ନତି ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପରୀକ୍ଷା ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବା ସହ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁଖବର ଶୁଣି ଖୁସି ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବା ସହ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସୁଖ ସମୃଦ୍ଧି ବୃଦ୍ଧି, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବ ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜନ ସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। କର୍ମକ୍ଷେତ୍ରରେ ଉନ୍ନତିସହ ଶାନ୍ତି ଉପୁଜିବ ଓ ଶତୃମାନେ ମୁଣ୍ଡ ନୂଆଇଁବେ। ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ଚିନ୍ତାଦୂର ହୋଇଯିବ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ିଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତିହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ ବାରମ୍ବାର ମନଉଚ୍ଚାଟ ରହିବ। ଅନେକଅର୍ଥ ପାରିବାରିକକ୍ଷେତ୍ରରେ ଆତ୍ମୀୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇପାରେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ କାର୍ଯ୍ୟକଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ରାଜନୈତିକ କ୍ଷେତ୍ରରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଦାମ୍ପତ୍ୟ ଜୀବନରେ ଘନିଷ୍ଠତା ବୃଦ୍ଧି ପାଇବ। ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରି ପାରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ମାନସମ୍ମାନ ଲାଭ କରିବା ସହ ଦକ୍ଷତା ଯୋଗ୍ୟତା ଓ ପାରଦର୍ଶିତାର ଉପଯୋଗ କରି ଫାଇଦା ଉଠେଇ ପାରିବେ। ବ୍ୟବସାୟ କ୍ଷେତ୍ରକୁ ସୁସଜିତ କରିବା ଫଳରେ ଲାଭର ମାର୍ଗ ପ୍ରଶସ୍ଥ ହେବା ସହ ପ୍ରବଳ ମାତ୍ରାରେ ଆର୍ଥିକ ଉନ୍ନତି ଦେଖାଦେବ। ଶିକ୍ଷା କ୍ଷେତ୍ରରେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ। ସରକାରୀ କର୍ମଚାରୀ ମାନେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମ କ୍ଷେତ୍ରରେ ମାନସମ୍ମାନ ପାଇବେ। ଆର୍ଥିକ ଉନ୍ନତି ଫଳରେ ଋଣରୁ ମୁକ୍ତି ମିଳିବ। ଚେଷ୍ଟାକଲେ ମାଲିମୋକଦ୍ଦମାର ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ଓ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!