ମାର୍ଚ୍ଚ 13 ତାରିଖରୁ ମାର୍ଚ୍ଚ 19 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ମହାଧନଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ନିଜର ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମିତ୍ରଙ୍କ ସାହାଯ୍ୟ ଦ୍ଵାରା ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାସହ ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ଚେଷ୍ଟା ଜାରି ରଖିବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବୁଦ୍ଧିମାତା କାରଣରୁ କେତେକ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବାସହ ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନୂତନ କର୍ମ ନିଯୁକ୍ତିର ସୁଚନା ପାଇ ପାରନ୍ତି। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଧର୍ମକର୍ମରେ ରୁଚି ରହିବା ଫଳରେ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ସାମାଜିକ ଉତ୍ସବରେ ଯୋଗ ଦେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ଅଧିକ ଲାଭାନ୍ଵିତ ହେବେ। ଉଚ୍ଚାଧିକାରୀଙ୍କ ଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବାସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ଶାରିରୀକ ସୁସ୍ଥତା ସହ ଆକସ୍ମିକ ଧନ ଲାଭ ହୋଇ ପାରେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବାସହ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ଓ ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ ବିକ୍ରୟ ପାଇଁ ଚୂକ୍ତିପତ୍ର କରି ପାରନ୍ତି। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ କିମ୍ବା ଏହି ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବାସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ। ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ। ନୂତନ ପଦାର୍ଥ ସଂଗ୍ରହ କରି ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ।ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ପାରିବାରିକ ଜୀବନରେ ଶାନ୍ତି, ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ସନ୍ତାନମାନେ ବ୍ୟବହାର କୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗି ପାରନ୍ତି। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟକର ହେବ ତେଣୁ ବୁଝି ବିଚାରି କାର୍ଯ୍ୟ ନକଲେ ଅପମାନ ସହ୍ୟ କରିବାକୁ ପଡ଼ିପାରେ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!