ମାର୍ଚ୍ଚ 20 ତାରିଖରୁ ମାର୍ଚ୍ଚ 26 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବାଦବିବାଦ, ମାଲିମକଦ୍ଦମାରେ ସଫଳତା ପ୍ରାପ୍ତି ହେବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବ ଓ ଉଚ୍ଚ ପ୍ରଶଂସା ଲାଭ କରିବେ। ସାହସୀ ଓ ଦୃଢସଂକଳ୍ପ ଫଳରେ ଚିତ୍ତ ପ୍ରସନ୍ନ ହୋଇ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ଓ ମଧୁର ସଂପର୍କ ସ୍ଥାପନ ହୋଇପାରିବ। ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ କାର୍ଯ୍ୟକଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ। ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ସୁଖସୌଭାଗ୍ୟ ବୃଦ୍ଧି ହେବା ସହ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷାବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଆଶାତୀତ ଶୁଭଫଳ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ଅଚାନକ ଧନଲାଭ ହୋଇ ନୂତନ ଉଦ୍ୟୋଗରେ ପଇସା ଖଟେଇବେ। କିଛିଅର୍ଥ ପାରିବାରିକ କ୍ଷେତ୍ରରେ ଆତ୍ମୀୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇଯିବ। ପରର ଅନିଷ୍ଟ ଚିନ୍ତା ନକରି ନ୍ୟାୟ ବାଟରେ ଚାଲିଲେ କ୍ରମଶଃ ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧିହେବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ସାମାନ୍ୟ ଲାଭ ପାଇବେ। କଳା ସାହିତ୍ୟ କିମ୍ବା ସାମାଜିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେଇ ପାରେ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ପନିପରିବା, ଖାଇବାତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହୋଇ ପାରନ୍ତି। ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବା ଫଳରେ ପଦୋନ୍ନତିର ସୁଯୋଗ ପାଇବେ। ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ କରୁଥିବା ବ୍ୟକ୍ତିମାନେ ନ୍ୟାୟ ବାଟରେ ଚାଲିଲେ କ୍ରମଶଃ ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଜ୍ୟୋତିଷ, ବିଚାରବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଶିକ୍ଷାବିଭାଗ, ସମାଚାରପତ୍ର ବିଭାଗରେ କର୍ମରତଥିଲେ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଜୀବନସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆୟ ପ୍ରଚୁର ହେବା ଫଳରେ ବ୍ୟୟର ପରିମାଣ କମ୍‌ ଥିବାରୁ ପୁରୁଣା କରଜ ସୁଝି ପାରିବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କ୍ୟାରିଅରରେ ପରିବର୍ତ୍ତନ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଯଦି ବିଦେଶ ଯିବାକୁ ଚାହୁଁଥାନ୍ତି ତେବେ ଆଶା ଅଭିଳାଷ ପୂରଣ ହୋଇ ପାରିବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କର ପ୍ରିୟପାତ୍ର ହୋଇ ପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ଗୃହୋପକରଣ କ୍ରୟ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବଜାୟ ରହିବ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। କାର୍ଯ୍ୟର ପ୍ରଗତିପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!