ମାର୍ଚ୍ଚ 27 ତାରିଖରୁ ଅପ୍ରେଲ 02 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ମହାଧନଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଅକସ୍ମାତ ଧନଲାଭ ହୋଇ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ। ନୂତନ ଆୟର ପନ୍ଥା ଖୋଲିଯିବ। ପରାକ୍ରମ ପ୍ରତିଷ୍ଠା ମାନସମ୍ମାନବୃଦ୍ଧି ହେବ। ମାଲିମୋକଦ୍ଦମାରେ ସଫଳ ହେବେ। ବିଶେଷ କରି ବିଦ୍ୟାର୍ଥୀ ମାନେ ଉଚ୍ଚପ୍ରଶଂସିତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବ୍ୟବସାୟ କ୍ଷେତ୍ରରେ କରଜରମାତ୍ରା ହ୍ରାସ ପାଇବ। ରାଜନୀତି କ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ବିରାଟ ଯୋଜନାର ସଂକଳ୍ପ ନେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ। ଉଚିତ୍ ପନ୍ଥା ଗ୍ରହଣ କଲେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ନୂଆ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବା ଫଳରେ ସାଧାରଣ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଯୁବତୀମାନେ ଯୋଗ୍ୟତା ଓ ଦକ୍ଷତାକୁ ନେଇ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସରକାରୀ କାମରେ ସଫଳତା ପାଇବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବ୍ୟାପାର ଓ କାରବାରରେ ସୁଧାର ଆସିବା ସହ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟକରି ପଦୋନ୍ନତିର ସୁଯୋଗ ପାଇବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟୀକ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ମାତ୍ରାରେ ଲାଭହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ହସ ଖୁସିରେ ସମୟ ବିତିବ। ଟଙ୍କାର ଆବଶ୍ୟକତା ପୂରଣ ହୋଇ ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନବା ଫଳରେ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଶରୀର ସୁସ୍ଥ ହେବା ସହ ସାମାଜିକ ପତିଆରା ଅମଳିନ ରହିବ ଓ ମାନସିକ ସ୍ଥିରତା ଦେଖାଦେବ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ ଓ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଯଦି ବ୍ୟବସାୟ ବଢେଇବା ପାଇଁ କୌଣସି ଋଣ କରିବାକୁ ଇଛା କରୁଛନ୍ତି ତେବେ ଏଥିରେ କିଛି ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ଅପରିଚିତ ଲୋକମାନଙ୍କୁ ଅଧିକ ବିଶ୍ଵାସ କରନ୍ତୁ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପରିବାରର ସଦସ୍ୟଙ୍କ ମନରେ ଆପଣଙ୍କ ପ୍ରତି ଭୁଲ୍ ବୁଝାମଣା ହୋଇ ପାରେ। ସ୍ୱାସ୍ଥ୍ୟ ସାମାନ୍ୟ ଦୁର୍ବଳ ରହିବ। ଗ୍ୟାଷ୍ଟିକ ସମସ୍ୟା ଦେଖାଦେଇ ପାରେ। କିନ୍ତୁ ଅଯଥା ଖର୍ଚ୍ଚ ପ୍ରତି ସାବଧାନ ରୁହନ୍ତୁ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ନିବେଶ ଲାଭ ଦେବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତାମାନେ ଲାଭବାନ୍ ହେବେ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡି ପାରେ। ଶୁଭ ସମାଚାର ମିଳିପାରେ। ସ୍ୱାସ୍ଥ୍ୟ ଭଲ ରହିବ। ଭ୍ରାତୃ ବିବାଦ ଦୂର ହୋଇ ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ସହଯୋଗରେ ପ୍ରେମ ପ୍ରସଙ୍ଗରେ ଆଗକୁ ବଢିପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ସାଧାରଣ ଚଳଣି ଅତୁଟ ରହିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ମିଳିବ ସହ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ସରକାରୀ କାମରେ ସଫଳତା ମିଳିବା ସହ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!