ମଇ 02 ତାରିଖ ରୁ ମଇ 08 ତାରିଖ ସାପ୍ତାହିକ ରାଶିଫଳ, ଏହି 2ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା, ସାହିତ୍ୟ ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ। ଦୂରବନ୍ଧୁଙ୍କଠାରୁ ଶୁଭସମ୍ବାଦପାଇ ଖୁସୀହେବେ। ରାଜନୀତି କ୍ଷେତ୍ରରେ ନିକଟ ସମ୍ପର୍କୀୟମାନେ ସାହାଯ୍ୟ ସହଯୋଗ କରିବେ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ସତକଥା କହି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। ଆର୍ଥିକସ୍ଥିତି ପୂର୍ବପରି ରହିବ ଯାହାକି ସାମୟିକ ଶାନ୍ତି ମିଳିବ। ଶତୃମାନେ ବିପଦରେ ପକାଇବା ପାଇଁ ଚେଷ୍ଟା କରି ବିଫଳ ହେବେ। ହାତ ପାହାନ୍ତାରେ ଥିବା ଦ୍ରବ୍ୟ ମିଳିଯିବ। ପିଲାଙ୍କର ବିଦ୍ୟାରେ ଉନ୍ନତି ହେବା ସହ ଖୁସିରେ ରହିବେ। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ସହକର୍ମୀ ଓ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ରହିବେ। ଲୋକସମ୍ପର୍କ ବୃଦ୍ଧିପାଇବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ପ୍ରତିକାର-ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। କିନ୍ତୁ ଅନ୍ୟାୟ ବିରୋଧ ରେ ସ୍ୱରଉଠାଇବା ଫଳରେ ପରୋକ୍ଷ ଶତୃତା ସୃଷ୍ଟି ହୋଇପାରେ। ରାଜନୀତି କ୍ଷେତ୍ରରେ ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ନେବେ। ପନି ପରିବା ଚାଷକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ନୂତନ କର୍ମାରମ୍ଭ, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ମିଳିବ। ପ୍ରିୟଲୋକଙ୍କ ସାହାଯ୍ୟରେ ବହୁତ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ଭାଇ ଭଉଣୀଙ୍କ ସହ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଯେତେ ସଂଯମତା ରଖି କଥା କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାର କଦର୍ଥ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଆନୁଷ୍ଠାନିକ କାର୍ଯ୍ୟରେ ଗଠନମୂଳକ ପ୍ରସ୍ତାବ ଦେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପରିବହନ ବ୍ୟବସାୟ ଓ ଗବେଷଣା, ଯୋଗାଯୋଗ ସକାଶେ ବହୁତ ଭଲ। ରାଜନୈତିକ କ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପିଲାମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକିଥିବା କର୍ମଗୁଡ଼ିକୁ ସମ୍ପୂର୍ଣ୍ଣ କରିବେ ଓ ଅର୍ଥ ଲାଭର ଯୋଜନା ପ୍ରସ୍ତୁତ କରିବେ। ନିଜ ସପକ୍ଷରେ କଚେରି ମାମଲାର ଆଶୁ ଶୁଣାଣି ହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତି ନିକଟବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ସୁବିଧା ସୁଯୋଗ ପାଇ ଆୟରସ୍ରୋତ ଖୋଲିଯିବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଅଭିଳାଷିତ ଜିନିଷ ସାମାନ୍ୟ ଚେଷ୍ଟାରେ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇଯିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତି ହେବ। କ୍ରୀଡ଼ା, କଳା, ସାହିତ୍ୟ ଓ ଚଳଚିତ୍ର କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଉପକାର କରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ସହକର୍ମୀ ମାନଙ୍କ ସହିତ ମତଭେଦ କଟିଯିବା ଫଳରେ ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରୀଡ଼ା, କଳା, ସାହିତ୍ୟ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିଯୋଗୀ ପରୀକ୍ଷା ପାଇଁ ଯଦିପ୍ରସ୍ତୁତ ହେଉଛନ୍ତି ତାହାଲେ କିଛି ନୂଆ ଅନୁଭବ କରିବେ। ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ନିଯୋଜିତ ହୋଇ ପରିଶ୍ରମର ଶୁଭଫଳ ପାଇବେ। ବନ୍ଧୁଙ୍କ ସହ ସୁସମ୍ପର୍କ ରଖିବାକୁ ଚେଷ୍ଟା କରିବେ। ଲୋକମାନେ ଆପଣଙ୍କ ରାୟକୁ ସମ୍ମାନ ଦେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। କୌଣସି ବ୍ୟକ୍ତିଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ଦ୍ୱନ୍ଦ ଉପୁଯି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନଙ୍କ ଉପଦେଶ ପାଇ ଆପଣଙ୍କ ଦାଇତ୍ଵରେ ଥିବା କାର୍ଯ୍ୟ ଆପଣ ବହୁତ ଭଲ ଭାବେ ତୁଲେଇ ପାରିବେ। ବ୍ୟବସାୟରେ ବହୁତ ଲାଭବାନ ହେବେ ଓ ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ଯେଉଁମାନେ ନୂଆ ଶୋରୁମ କିମ୍ବା ଦୋକାନ ଖୋଲିବାକୁ ଚାହୁଛନ୍ତି ସେମାନଙ୍କ ପାଇଁ ବହୁତ ଭଲ ସମୟ ଅଛି। ପରିବାରରେ ସୁଖ ଶାନ୍ତି ଦେଖା ଦବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦାର୍ଶନିକ କାର୍ଯ୍ୟ ପାଇଁ ଆପଣଙ୍କର ରୁଚି ବଢିବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କାରେ ମନ ଅସ୍ଥିର ରହିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ର ମାନଙ୍କର ସାହାଯ୍ୟ ନେଇ କାର୍ଯ୍ୟ କ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ସମାଧାନ କରିବେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସନ୍ତାନଙ୍କ ପାଇଁ କିଛି ଉପହାର କ୍ରୟ କରିବେ। ସାମାଜିକ କାର୍ଯ୍ୟରେ ଭାଗ ନେଇ ସମୟର ସଦୁପଯୋଗ କରନ୍ତୁ ଆପଣଙ୍କ ପାଇଁ ବହୁତ ଭଲ ହବ। ଜୀବନ ଶୈଳୀରେ କିଛି ପରିବର୍ତ୍ତନ ଆସିବ। ପ୍ରେମ ସମ୍ବନ୍ଧୀୟ କାର୍ଯ୍ୟରେ ପରିବାରର ସାହାଯ୍ୟ ସହଯୋଗ ମିଳିବ। ଆଇନ୍ କାନୁନ କାର୍ଯ୍ୟରେ ବିଜୟଲାଭ କରିବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ରାଜନୀତି କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବହାର ଖରାପ କରୁଥିବା ବ୍ୟକ୍ତିମାନଙ୍କ ଠାରୁ ଦୂରେଇ ରୁହନ୍ତୁ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସକାରତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବିନମ୍ରତା ଭାବ ପାଇଁ ଲୋକ ମାନେ ଆପଣଙ୍କୁ ପ୍ରଶଂସା କରିବେ। ଦାମ୍ପତ୍ୟ ଜୀବନରେ ଥିବାସମସ୍ୟା ସମାଧାନ ହୋଇଯିବ। ଆପଣଙ୍କ ଅଧୀନରେ କାମ କରୁଥିବା କର୍ମଚାରୀ ମାନଙ୍କ ପାଇଁ ପ୍ରଶଂସା ପାଇବେ। କଳାସଂଗୀତ ପାଇଁ ରୁଚି ବଢିବ। ବିଦ୍ୟାର୍ଥୀ ମାନଙ୍କ ମନରେ କିଛି ନୂଆ ଚିନ୍ତାଧାରା ଜାତହେବା ସହ ପଢିବାରେ ମନଯୋଗ ଦେବେ। ଜୀବନ ସାଥିଙ୍କ କାର୍ଯ୍ୟରେ ବହୁତ ସଫଳତା ମିଳିବ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଅନୁସନ୍ଧାନ କାର୍ଯ୍ୟରେ ଆପଣ ରୁଚି ରଖିବେ। ଭାଇ ଭଉଣୀଙ୍କ ସହିତ ବହୁତ ମଧୁର ସମ୍ପର୍କ ରହିବା ଫଳରେ ପରିବାରରେ ସୁଖ ଶାନ୍ତି ଦେଖାଦବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। କାର୍ଯ୍ୟକ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବା ସହ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ସାମାନ୍ୟ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବିଦ୍ୟାକ୍ଷେତ୍ରରେ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ। ଯେ କୌଣସି ସମସ୍ୟା ଆସିଲେ ମଧ୍ୟ ଠିକ୍ ଭାବରେ ସାମ୍ନା କରିପାରିବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ଉନ୍ନତିହେବା ସହ କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!