ମଇ 09 ତାରିଖ ରୁ ମଇ 15 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଉଚ୍ଚ ଆଶାରେ ଆଗେଇବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଦୂରସ୍ଥାନକୁ ଯାତ୍ରା କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରବାସ ଯାତ୍ରାରେ କଷ୍ଟସହି ଲାଭବାନ ହେବେ । ଖେଳରେ ପ୍ରଶଂସିତ ହେବେ । କାର୍ଯ୍ୟକ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବା ଫଳରେ ସଫଳତା ପାଇବା ସହ ଉତ୍ତମ ରୋଜଗାର ହେବ । ଆର୍ଥିକ ଦିଗରୁ ସୁବିଧା ମିଳିବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଶାରିରୀକ ଅସୁସ୍ଥତା ଦୂରହେବ । କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ଅଦାୟହେବ । ବିଦେଶଯାତ୍ରାରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଛାତ୍ର ଛାତ୍ରୀମାନେ ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ ଓ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି କାରଣକୁ ନେଇ ଚିନ୍ତାଗ୍ରସ୍ତ ହୋଇ ପାରନ୍ତି । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସାଧାରଣ ବାତାବରଣ ଜାରି ରହିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ ଓ ବ୍ୟବସାୟରେ ସଫଳତା ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ନିଜ ପରିଶ୍ରମରୁ ଲାଭ ମିଳିବ । ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗୃତ ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମକରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ପରିବାରରେ ଆଦର ପାଇ ସୁଖଭୋଗ କରିବେ । ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡି ପାରେ । ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି କରଜ ଭାରରୁ ମୁକ୍ତି ମିଳିବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରି ପାରନ୍ତି । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭକାର୍ଯ୍ୟରେ ଯୋଗ ଦେବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ବ୍ୟବସାୟର ସ୍ଥିତି ସୁଧୁରିବା ଫଳରେ ଆଶାନୁରୂପ ଲାଭପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!