ମଇ 16 ତାରିଖ ରୁ ମଇ 22 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସନ୍ତାନସୁଖ ମିଳିବା ସହ ଧନ ଲାଭ ହେବାରୁ ମନଖୁସି ରହିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ସତ୍ସଙ୍ଗ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଆୟ ବୃଦ୍ଧି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ସଫଳତା ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ଯୋଜନାରେ ସଫଳ ହେବେ । ଉଚିତ୍ ପରାମର୍ଶ ପାଇ ହରେଇ ଥିବା ଦ୍ରବ୍ୟ ଫେରି ପାଇବେ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରିୟଜନଙ୍କ ସହ ମିଳନ ହେବା ଫଳରେ ମନ ଭଲ ରହିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯାତ୍ରାଫଳରେ ଉତ୍ସାହିତ ହେବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଋଣ ଭରଣାରେ ସହଜ ହେବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ । ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆର୍ଥିକସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖଶାନ୍ତି ମିଳିବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ହାତ ପାହାନ୍ତାରେ ଥିବା ଧନ ଅଟକି ଯାଇପାରେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହୋଇପାରେ । ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବିରାଟ ଯୋଜନାର ସଂକଳ୍ପ ନେବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ ଓ କର୍ମଚାରୀମାନଙ୍କ ଯୋଗୁ ଶାନ୍ତି ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ । ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ରାଜନୀତିରେ ସଫଳତା ମିଳିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳ ମୁହାଁ ହେବେ । ସମ୍ମାନଲାଭ ଓ ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!