ମଇ 23 ତାରିଖ ରୁ ମଇ 29 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଘର ପରିବାରକୁ ପ୍ରାଥମିକତା ଦେବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଉତ୍ତମ ରୋଜଗାର ମିଳିବ। ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିକାର-ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପରିବହନରେ ବିଶେଷ ଲାଭବାନ ହେବେ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ। ପାରିବାରିକ ଜୀବନରେ ସୁଖ-ଶାନ୍ତି ମିଳିବା ସହ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ଦୂରସ୍ଥାନକୁ ଯାତ୍ରା କରିବେ। ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଛାତ୍ରଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବିରୋଧିମାନେ ଦୂରେଇ ଯିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପୁରାତନ ରୋଗରୁ ଉପଶମ ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସହନ ଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ସହଯୋଗୀଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବା ଫଳରେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ମାଆବାପାଙ୍କ ପ୍ରତି ଆଦରଭାବ ଜାଗୃତ ହେବ। ରାଜନୀତି କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ମନ ସ୍ଥିର ରହିବ ଓ ବୁଦ୍ଧିପ୍ରୟୋଗ କରି ପ୍ରଚୁର ଅର୍ଥ ଲାଭ କରିବେ। ପରିବାରରେ ସଫଳତା ଅର୍ଜନ ଓ ଆର୍ଥିକ ଉନ୍ନତିହେବ। ପିଲାଙ୍କ ଆଚରଣରେ ଖୁସି ରହିବେ। ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେ ମଧ୍ୟ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କ ନିକଟରୁ ଅର୍ଥିକ ସାହାଯ୍ୟ ପାଇବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। କର୍ମକ୍ଷେତ୍ରରେ ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ।ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ପରିବାର ମଧ୍ୟରେ ଥିବା ମନାନ୍ତର ମତାନ୍ତରର ଅବସାନ ଯୋଗେ ମନରେ ସନ୍ତୋଷ ଦେଖାଦେବ। ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ। ବାଣିଜ୍ୟ ବ୍ୟବସାୟରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ବିଦେଶଯାତ୍ରାରେ ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ହୋଇପାରେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଲେଖନ, କଳା ଓ ସମ୍ପାଦନ କାର୍ଯ୍ୟ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ ଓ ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଙ୍କଦ୍ୱାରା କାମହାସଲ କରିବେ। ଦୂରଯାତ୍ରାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିପାରିବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ ଓ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବାଦବିବାଦ, ମାଲିମୋକଦ୍ଦମା, ଆଇନ ଅଦାଲତରେ ଜୟଯୁକ୍ତ ହେବେ। ମିତ୍ରଙ୍କଠାରୁ ସହଯୋଗ ପାଇ ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ବନ୍ଧୁ, ମିତ୍ର ସହଯୋଗୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କଳା, ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!