ମଇ 30 ତାରିଖ ରୁ ଜୁନ୍ 5 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରଯାତ୍ରାର ସୁଯୋଗ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ ଓ ଖେଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ ନକଲେ ଅପଦସ୍ଥ ହେବେ। ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ମାନସିକ ଦୁଶ୍ଚିନ୍ତା ଦୂରେଇ ଯାଇ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ, ବିଦେଶଯାତ୍ରା, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ହୋଇପାରେ। ପ୍ରତିକାର-ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ଶିକ୍ଷାର୍ଥୀମାନେ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଇଭଳି ଚଳୁଥିବା ବ୍ୟକ୍ତି ଓ ବନ୍ଧୁମିତ୍ରଙ୍କଠାରୁ ସହଯୋଗ ପାଇବେ।କର୍ମକ୍ଷେତ୍ରରେ ବିଜୟ ଲାଭ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ଅତ୍ୟଧିକ ଅର୍ଥ ଆୟ କରିବା ଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟରେ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ।ଉତ୍ତରଦାୟିତ୍ୱ ବଢ଼ିବା ଯୋଗେ ସୁଖ ସମ୍ପଦ ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ଓ ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ଭୂମିଲାଭ ଯୋଗ ମଧ୍ୟ ଘଟିବ। ସନ୍ତାନ ଯୋଗେ ଖୁସି ରହିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତିରେ ସଫଳତା ମିଳିବ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ମନସ୍କାମନା ପୂର୍ଣ୍ଣ ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନରେ ଆଗ୍ରହ ବଢିବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କ୍ରୟ କରି ପାରିବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ। ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ ଆଦି କିଣି ପାରନ୍ତି। ଶାରୀରିକ ପୀଡା ଓ ମାନସିକ ଦୁଶ୍ଚିନ୍ତା ଦୂରହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। କର୍ମକ୍ଷେତ୍ରରେ ଉନ୍ନତି କରିବାସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭକରିବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବା ପାଇଁ ମନ ବଲେଇ ପାରନ୍ତି। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗରେ ଆଗକୁ ବଢି ପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭହୋଇ ପାରେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଉଚ୍ଚାଧିକାରି ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କାର୍ଯ୍ୟ ବ୍ୟସ୍ତତା ଭିତରେ ସାଧନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରେମିକ ପ୍ରେମିକ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ଆନନ୍ଦିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ପ୍ରତିଦ୍ୱିନ୍ଦିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାଧୁଜନ ଓ ପରିଜନ ପ୍ରିୟ ହେବେ। କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ। କର୍ମଚାରୀ ମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମନ୍ୟତାର ଅଧିକାରୀ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇ ପାରେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ।ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!