ମେଷ ରାଶିଫଳ ୨୦୧୯: ଜାଣନ୍ତୁ ମେଷ ରାଶି ପାଇଁ କେମିତି ରହିବ ବର୍ଷ ୨୦୧୯, ନବବର୍ଷ ଭଲ ରହିବ ନା ଖରାପ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ବର୍ଷାରମ୍ଭରେ  ରବି, ଶନି ନବମ ଭାବରେ।  ଚନ୍ଦ୍ର, ଶୁକ୍ର ସପ୍ତମ ଭାବରେ। ମଙ୍ଗଳ ବ୍ୟୟ ଭାବରେ।  ବୁଧ, ଗୁରୁ ଅଷ୍ଟମ ଭାବରେ। ରାହୁ ଚତୁର୍ଥରୁ ତୃତୀୟ ଭାବକୁ ଓ କେତୁ  ଦଶମରୁ ନବମ ଭାବକୁ ଯାଇ ବର୍ଷ ପୂରଣ କରିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବାର୍ଷିକ ଶୁଭ ଫଳ:-

ଏ ବର୍ଷ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ। ଅବିବାହିତ ହୋଇଥିଲେ ବିବାହ ସଂପନ୍ନ ହେବ। ମନ ମୁତାବକ କନ୍ୟା କିମ୍ବା ବରପ୍ରାପ୍ତି ହେବ। ଏହି ସମୟ ଆପଣଙ୍କ ପାଇଁ ଅତ୍ୟନ୍ତ ଶ୍ରେଷ୍ଠ ସମୟ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ପ୍ରତିଯୋଗିତାରେ ଲୋକ ସମର୍ଥନ ବୃଦ୍ଧିହେବ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବାର ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ।  କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ହେବ। ଯାହା ଫଳରେ ଉଚ୍ଚମନ୍ୟତାର ଅଧିକାରୀ ହେବେ ଓ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ ଓ ଋଣମୁକ୍ତି ହୋଇ ପାରିବେ।

ଅଶୁଭ ଫଳ:-

ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ସବୁବେଳେ ଘେରି ବସିବେ। ଅନେକ କ୍ଷେତ୍ରରେ ବାରମ୍ବାର ଅପଦସ୍ଥ ହେବେ। କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ଏବଂ ସେଥିପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ। ଟଙ୍କ। ପଇସା ପ୍ରତି ସର୍ବଦା ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ।  ଏଭଳି ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ହ୍ରାସ ପାଇବା ଯୋଗୁ ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି କିମ୍ବା ସୀମିତତାକୁ ଆଦରି ନେଇ ପାରନ୍ତି। ଇଂରାଜୀ ବର୍ଷଟି ଶୁଭାଶୁଭ ମିଶ୍ରିତ ଫଳ ଭୋଗ ହେବ। ତେଣୁ ଗ୍ରହରାଜ ଶନିଶ୍ଚରଙ୍କ ଯନ୍ତ୍ର ପୂଜା କରନ୍ତୁ। ଧଳା, ନାଲି, ହଳଦୀ ଓ କ୍ରିମ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।୧, ୨, ୯ ସଂଖ୍ୟା ବିଶିଷ୍ଟ ତାରିଖରେ ଯୋଗାଯୋଗ ରଖନ୍ତୁ ।

ମହିଳା ମାନଙ୍କ ପାଇଁ:-

ଗୃହିଣୀମାନେ ସୁନ୍ଦର ଗୃହ, ଗାଡି, ବାଡି ବଗିଚା କରିବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମଧ୍ୟ ମିଳିବ। କର୍ମରେ ସ୍ଥିରବସ୍ଥା ଆସି କ୍ରମଶଃ ଆତ୍ମସନ୍ତୋଷ ଆଣିଦେବ। ବର୍ଷ ତମାମ ଲାଭପ୍ରଦ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। କୁମାରୀମାନେ ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଭାଗ୍ୟ ଉତ୍ଥାନ ପତ୍ତନ ଭିତରେ ଗତି କରିବ।

ସ୍ଵାସ୍ଥ୍ୟ:-

ଉଦର ଓ ଚକ୍ଷୁପୀଡାରେ  ପ୍ରଭାବିତ ରହିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ କାରଣ ଅସାବଧାନତା ଦୁର୍ଘଟଣାର ରୂପନେବ। ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ବହୁତ କ୍ଷତି ସହିବେ। ଅର୍ଶ, ପେଟରୋଗ, ବହୁମୂତ୍ର, ମାନସିକ, ଗଳା, କାନ, ଦାନ୍ତ, କାନ୍ଧ, ମେରୁଦଣ୍ଡ ଓ ଆଣ୍ଠୁରେ ରୋଗ ଦେଖା ଦେଇ ପାରେ। ମାଛ, ମାଂସ, ଅଣ୍ଡା, ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଏକାନ୍ତ ଲୋଡା।

ଛାତ୍ର ଛାତ୍ରୀ ମାନଙ୍କ ପାଇଁ:-

ଶିକ୍ଷାର୍ଥୀମାନଙ୍କ ପାଇଁ ସାମାନ୍ୟ ପରିଶ୍ରମ ବଳରେ ପରୀକ୍ଷାରେ ପ୍ରତିଷ୍ଠାଲାଭ କରିପ।ରିବେ। ଅର୍ଥାଭାବରୁ ଅଧ୍ୟୟନରେ ବଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ।  ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ନିଜ ଆଚାର ବ୍ୟବହାରରେ ତ୍ରୁଟି ପରିଲକ୍ଷିତ ହେବାଦ୍ଵାରା ଗୁରୁଜନଙ୍କ ଅସନ୍ତୋଷ ଭାଜନ ହୋଇ ପାରନ୍ତି। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍।

ପାରିବାରିକ:-

ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ତାହାସହିତ ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟତା ସହିତ ପରିଚାଳନାଗତ ସ୍ଵତନ୍ତ୍ର ଅତୁଟ ରଖି ହେବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ  ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ।

ପ୍ରତିକାର:- 

ପ୍ରତ୍ୟେକ ଦିନ ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ। ପ୍ରାଣପ୍ରତିଷ୍ଠିତ ସଂପୂର୍ଣ୍ଣ ନବଗ୍ରହ ଯନ୍ତ୍ର ପୂଜାକରିବା ସହ ତ୍ରିଶକ୍ତିଙ୍କ କବଚ ଧାରଣ କରିବେ। ଶକ୍ତି ଥିଲେ ଗୃହରେ ବା ଗ୍ରହମନ୍ଦିରରେ ଯଜ୍ଞକରି ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ। ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!