ରବି ଚଳିଲେ ମୀନରାଶିକୁ, ମୀନରାଶିକୁ ରବି ସଂକ୍ରମଣ କରିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନଙ୍କ ଉପରେ କଣ ପଡିବ ପ୍ରଭାବ ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା ୧୪ / ୩ / ୨୦୨୦ ମସିହା ଶନିବାର ଦିନ ମୀନରାଶିକୁ ଚଳିବେ ରବି, ମୀନରାଶିକୁ ରବି ସଂକ୍ରମଣ କରିବା ଫଳରେ ବାରୋଟି ରାଶିର ବ୍ୟକ୍ତିମାନେ ଶିକ୍ଷା, ସ୍ୱାସ୍ଥ୍ୟ, ସୁଖ, ସମ୍ପତ୍ତି, ସନ୍ତାନ, ପେଷା, ବେଉଷା, ପରିବାର, ଦାମ୍ପତ୍ୟ, ପ୍ରେମ, ରାଜନୀତି, ଚାଷ, ବାସ, କର୍ମ, ବ୍ୟବସାୟ, ଆୟ, ବ୍ୟୟ, ଜମା, ଖର୍ଚ, ରାଜନୀତି ଓ ପାରିବାରିକ କ୍ଷେତ୍ରରେ କଣ ଶୁଭାଶୁଭ ଫଳ ଭୋଗକରିବେ କଣ କରିବେ ପ୍ରତିକାର ଆସନ୍ତୁ ଜାଣିବା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। କର୍ମରେଉନ୍ନତି  ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ। ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ। ନୂତନ ପଦାର୍ଥ ସଂଗ୍ରହ କରି ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଲାଭବାନ ହେବେ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗି ପାରନ୍ତି। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ସକଳ କାର୍ଯ୍ୟରେ ସଫଳ ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ କରିବେ। ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ।  ଶାରୀରିକ ପୀଡ଼ା, ମନର ଦୁଶ୍ଚିନ୍ତା ଦୂରେଇ ଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ। କେତେକ କ୍ଷେତ୍ରରେ ଭଲ କାମକରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ଅକ୍ଷୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ବିଦ୍ୟାର୍ଥିମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ ସମ୍ବାଦ ପାଇ ଖୁସିହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ପାରିବାରିକ ଜୀବନରେ ଶାନ୍ତି, ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। କୃଷି ଓ ବାଣିଜ୍ୟରେ ଆୟ ଆଶାତୀତ ହେବ। ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ,  ଶରୀର ସୁସ୍ଥ ରହିବ। ଋଣ ପ୍ରାପ୍ତି, କର୍ମତତ୍ପର, ବ୍ୟବସାୟରେ  ସଫଳତା ପାଇବେ। ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ।  ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟାରମ୍ଭ  କରି ଉଚ୍ଚ ପ୍ରଶଂସା ଲାଭ କରିବେ। ଅଟକିଥିବା ଧନ ମିଳିଯିବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଉଚ୍ଚ ଆଶା ସଫଳହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟକର ହେବ ତେଣୁ ବୁଝି ବିଚାରି କାର୍ଯ୍ୟ ନକଲେ ଅପମାନ ସହ୍ୟ କରିବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଜୀବନସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ଭଲ ଭାବରେ ପଢି ବୁଝି ବିଚାରି ଦସ୍ତଖତ କରିବେ। ପ୍ରତିକାର କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ ଓ ଅଧ୍ୟୟନ ପାଇଁ ତତ୍ପର ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରି ମାନସିକ ଅଶାନ୍ତି ଦେଖା ଦେଇ ପାରେ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। କୃଷିଜିବୀମାନେ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ। ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ନତୁବା ଉଦରପୀଡ଼ା, ରକ୍ତଚାପ ରୋଗବୃଦ୍ଧି ହୋଇପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ଆକସ୍ମିକଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ସ୍ୱାସ୍ଥ୍ୟ ଠିକ୍ ରହିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ।ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ଯିବ। ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗିରହିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖି ପାରିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ। ଘରୋଇ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ସନ୍ତାନ ମାନଙ୍କର ଉନ୍ନତି, ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ଗୃହୋପକରଣ କ୍ରୟ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବଜାୟ ରହିବ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। କାର୍ଯ୍ୟର ପ୍ରଗତିପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟସହଯୋଗ ପାଇବେ। ମାନସମ୍ମାନ ବୃଦ୍ଧିହେବା ସହ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ କର୍ମ କ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ଓ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ଅନେକ ଶୁଭକର୍ମର ସୁଯୋଗ ପାଇବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଆୟବୃଦ୍ଧି ପାଇବ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା ରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରି ଯିବ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧିପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ମିଳିବ। ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟି ନପାରେ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯାଇପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!