Monthly Dhanu ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Monthly Dhanu Bhagyaphala (August 2026) : Sagittarius Predictions & Lucky Dates☀️ ଧନୁ ରାଶିର ମାସିକ ରାଶିଫଳ ଧନୁ ରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ରାଜନୈତିକ କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିପାଇବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।